Indus Valley Times

ଅଜା ଘରକୁ ଆସି ନିଖୋଜ ହୋଇଯାଇଥିଲେ, ନିର୍ମାଣାଧୀନ ଘରୁ ମିଳିଲା ୪ ବର୍ଷ ଶିଶୁକନ୍ୟାର ମୃତଦେହ

 Breaking News

ଅଜା ଘରକୁ ଆସି ନିଖୋଜ ହୋଇଯାଇଥିଲେ, ନିର୍ମାଣାଧୀନ ଘରୁ ମିଳିଲା ୪ ବର୍ଷ ଶିଶୁକନ୍ୟାର ମୃତଦେହ

ଅଜା ଘରକୁ ଆସି ନିଖୋଜ ହୋଇଯାଇଥିଲେ, ନିର୍ମାଣାଧୀନ ଘରୁ ମିଳିଲା ୪ ବର୍ଷ ଶିଶୁକନ୍ୟାର ମୃତଦେହ
April 26
12:17 2025

ଦିଗପହଣ୍ଡି,୨୬/୪: ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ ୪ ବର୍ଷର ଶିଶୁକନ୍ୟାଙ୍କ କ୍ଷତାକ୍ତ ମୃତଦେହକୁ ଶନିବାର ସକାଳେ ପାଟପୁର ପୋଲିସ ଜବତ କରି ଛାନ୍‌ଭିନ୍ ଚଳାଇଛି।
ତାଙ୍କୁ ବଳାତ୍କାର ପରେ ଜଘନ୍ୟ ଭାବେ ହତ୍ୟା କରାଯାଇଥିବା ଗ୍ରାମବାସୀ ପୋଲିସକୁ କହିଛନ୍ତି। ମୃତକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମର ଅଶୋକ ସ୍ବାଇଁଙ୍କ ଶିଶୁକନ୍ୟା। ଅଶୋକ ଖଲିଙ୍ଗି ଗ୍ରାମ ଚନ୍ଦନନଗରର ରାଧା ନାହାକଙ୍କ ଝିଅକୁ ବିବାହ କରିଛନ୍ତି।
ଗତ ୧୮ ତାରିଖରୁ ଚାଲିଥିବା ଯାତ୍ରା ଦେଖିବାକୁ ଶିଶୁକନ୍ୟା ଜଣକ ମା’ ସହ ଅଜା ଘର ଗାଁକୁ ଆସିଥିଲେ। ଶୁକ୍ରବାର ଥିଲା ଯାତ୍ରାର ଉଦ୍‌ଯାପନ ଦିବସ। ଖୁସି ମନରେ ଯାତ୍ରା କମିଟି କର୍ମକର୍ତ୍ତା ସଦସ୍ୟ ବୃନ୍ଦ ଗ୍ରାମବାସୀଙ୍କ ସହଯୋଗରେ ସମସ୍ତ କାର୍ଯ୍ୟକ୍ରମ ତଦାରଖ କରୁଥିବା ବେଳେ ସନ୍ଧ୍ୟାରେ ଶିଶୁକନ୍ୟା ଜଣକ ଘର ନିକଟରେ ସାଙ୍ଗସାଥୀଙ୍କ ସହ ଖେଳୁଥିବା ବେଳେ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।
ଏନେଇ ଯାତ୍ରା କମିଟି ପକ୍ଷରୁ ମାଇକ ଯୋଗେ ସୂଚନା ଦିଆଯାଇଥିଲା।ପରେ ପାଟପୁର ଥାନାକୁ ନିଖୋଜ ସମ୍ପର୍କରେ ଖବର ଦିଆଯିବା ପରେ ପାଟପୁର ପୋଲିସ ଟିମ୍ ଗାଁରେ ପହଞ୍ଚି ସବିଶେଷ ତଦନ୍ତ କରି ଫେରିଥିଲେ। ପରିବାର ଲୋକେ ରାତି ସାରା ଉଜାଗର ରହି ଗ୍ରାମବାସୀଙ୍କ ସହାୟତାରେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କ ସନ୍ଧାନ ମିଳି ନ ଥିଲା। ଗ୍ରାମର କିଛି ବ୍ୟକ୍ତି ଶନିବାର ସକାଳେ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ନିକଟ ନିର୍ମାଣାଧୀନ ଅଙ୍ଗନଓ୍ବାଡ଼ି କେନ୍ଦ୍ର ମଧ୍ୟରୁ ଶିଶୁକନ୍ୟାଙ୍କ ମୃତଦେହ ଦେଖିଥିଲେ।
ଏନେଇ ପାଟପୁର ଥାନା କୁ ଖବର ଦିଆଯାଇଥିଲା। ଆଇଆଇସି ଦୀପ୍ତିରଞ୍ଜନ ବେହେରା ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପରେ ଆସିକା ଏସଡିପିଓ ସନ୍ତୋଷ କୁନାର ଜେନା ଛତ୍ରପୁରରୁ ଆସିଥିବା ପୋଲିସ ସାଇଣ୍ଟିଫିକ୍ ଟିମ୍ ଓ ଡଗ୍ ସ୍କ୍ବାର୍ଡ ଦାରା ତଦନ୍ତ ପରେ ଶିଶୁକନ୍ୟାଙ୍କୁ ଆଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।
ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ପରେ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଏହି ଅମାନବୀୟ ଛାତିଥରା ଲୋମହର୍ଶକ ବର୍ବୋରଚିତ ହତ୍ୟା ଘଟଣାର ପର୍ଦ୍ଦାଫାଶ କରି ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ପୋଲିସ ଘଟଣାସ୍ଥଳରୁ କିଛି ସାମଗ୍ରୀ ଜବତ କରିଛନ୍ତି। ଖବରପାଇ ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା ଗ୍ରାମରେ ପହଞ୍ଚି ଗ୍ରାମବାସୀ ଏବଂ ଶୋକସନ୍ତପ୍ତ ପରିବାର ଲୋକଙ୍କୁ ଭେଟି ଆଲୋଚନା କରି ଫେରିଛନ୍ତି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031