Indus Valley Times

ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ, ଅପରାହ୍ଣରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ

 Breaking News

ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ, ଅପରାହ୍ଣରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ

ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ, ଅପରାହ୍ଣରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ
July 02
10:39 2022

ଭୁବନେଶ୍ୱର, ୨/୭: ଆଜିଠୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ବିଭିନ୍ନ ପ୍ରସଙ୍ଗକୁ ନେଇ ଏଥର ହୁଲସ୍ତୁଲ ହେବ ଗୃହ। ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରାଯିବ ।
ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି, ହାତୀ ମୃତ୍ୟୁ, ଚାଷୀ ସମସ୍ୟା, ସବୁ ସ୍ତରରେ ଦୁର୍ନୀତି ହେଉଥିବା ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି ବିଜେପି ।
ଧାନର ଅଭାବି ବିକ୍ରି , ଅଗ୍ନିବୀର ଯୋଜନା, ବେକାରୀ ସମସ୍ୟା, ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଅନ୍ତରୀଣ ବେଲ୍ ଆଦି ପ୍ରସଙ୍ଗ ଗୃହରେ ଉଠାଇବ କଂଗ୍ରେସ । ଅନ୍ୟପଟେ ସବୁ ପ୍ରସଙ୍ଗରେ ଆଲୋଚନା ଲାଗି ସରକାର ପ୍ରସ୍ତୁତ ଥିବା କହିଛି ବିଜେଡି ।
ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜୁଲାଇ ୭ ତାରିଖ ଯାଏଁ ଚାଲିବ । ଦ୍ୱିତୀୟ ପର୍ଯ୍ୟାୟ ଜୁଲାଇ ୧୩ରୁ ଆରମ୍ଭ ହୋଇ ଅଗଷ୍ଟ ୪ରେ ଶେଷ ହେବ ।
ଚଳିତ ବଜେଟ୍ ଅଧିବେଶନରେ ସମୁଦାୟ ୨୪ଟି କାର୍ଯ୍ୟଦିବସ ରହିଛି । ମୌସୁମୀ ଅଧିବେଶନରେ ଗୃହ ପ୍ରତ୍ୟେକ ଦିନ ୬ ଘଣ୍ଟା ଚାଲିବ । ଅପରାହ୍ନରେ ଅଧିବେଶନ ୪ଟାରୁ ସନ୍ଧ୍ୟା ୭ଟା ଯାଏ କରିବାକୁ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହୋଇଛି ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031