Indus Valley Times

ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ

 Breaking News

ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ

November 27
12:01 2024

ଭୁବନେଶ୍ୱର,୨୭/୧୧ : ବଙ୍ଗୋପସାଗରରେ ଡରାଇଲାଣି ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ ପରିଣତ ହୋଇଥିବା ଲଘୁଚାପ ବାତ୍ୟାରେ ପରିଣତ ହେବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା ପେଙ୍ଗାଲ । ଆଜି ସାମୁଦ୍ରିକ ଝଡ଼ର ରୂପ ନେବ ଗଭୀର ଅବପାତ । କ୍ରମେ ଏହା ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ସ୍ଥଳଭାଗ ମୁହାଁ ହେବ । ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ତାମିଲନାଡୁ ଉପକୂଳ ନିକଟବର୍ତ୍ତୀ ହେବ । ଗଭୀର ଅବପାତର ରୂପରେ ୬ ଘଣ୍ଟା ହେଲା ୮ କିଲୋମିଟର ବେଗରେ ଗତି କରୁଛି । ଆସନ୍ତା ଦୁଇ ଦିନ ଭିତରେ ଏହା ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ଲ୍ୟାଣ୍ଡଫଲ କରିପାରେ ।
ପାଣିପାଗ ବିଭାଗର ପୂର୍ବ ଆକଳନ ଅନୁସାରେ, ଦକ୍ଷିଣ ଦକ୍ଷିଣପୂର୍ବ ଚେନ୍ନାଇଠାରୁ ୭୨୦ କିଲୋମିଟର ଦୂରରେ ରହିଛି ବାତ୍ୟା । ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏଥିସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।
ତେବେ ଏହାର ପ୍ରଭାବ ଓଡ଼ିଶାରେ ମଧ୍ୟ ପଡିବ। ଗୁରୁବାର ଠାରୁ ରାଜ୍ୟରେ କୋହଲା ପାଗ ରହିବ । ୨୮ ତାରିଖରେ କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଜପତି, ଗଞ୍ଜାମରେ ହାଲୁକା ବର୍ଷା ହେବ । ସେହିପରି ନଭେମ୍ବର ୨୯ରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ ଓ ଗଜପତିରେ ହାଲୁକା ବର୍ଷା ହେବ। ଉପକୂଳ ସଂଲଗ୍ନ ଜିଲାରେ କୋହଲା ପାଗ ଦେଖିବାକୁ ମିଳିବ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଦିନର ତାପମାତ୍ରାରେ ହ୍ରାସ ଘଟିବ। ୩୦ ଓ ୩୧ ରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଏ ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

About Author

indadmin

indadmin

Related Articles

Archives

Calendar

January 2025
M T W T F S S
 12345
6789101112
13141516171819
20212223242526
2728293031