Indus Valley Times

ଆସୁଛି ଆଉ ଏକ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ନେଇ ସମ୍ଭାବନା

 Breaking News

ଆସୁଛି ଆଉ ଏକ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ନେଇ ସମ୍ଭାବନା

ଆସୁଛି ଆଉ ଏକ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ନେଇ ସମ୍ଭାବନା
August 17
10:52 2025

ଭୁବନେଶ୍ୱର,୧୭/ ୮: ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ହେଉଛି। ତେବେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ଫଳରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୭ ତାରିଖରେ ବିଭିନ୍ନ ଜିଲାକୁ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ୧୮ରୁ ୨୦ ତାରିଖ ପର‌୍ୟ୍ୟନ୍ତ ବିଭିନ୍ନ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ୨୦ ତାରିଖ ପର୍ଯ୍ୟନ୍ତ ମସତ୍‌ୟଜୀବୀମାନେ ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗର ସହିତ ଗଭୀର ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।
ରବିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଥିବାବେଳେ ବଜ୍ରପାତ ପାଇଁ ସତର୍କ ସୂଚନା ଦିଆଯାଇଛି। ୧୮ରୁ ବର୍ଷା ବଢ଼ିବା ସମ୍ଭାବନା ଥିବାବେଳେ କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ଓ୍ବାର୍ନିଂ ରହିଛି। ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930