Indus Valley Times

ଆସୁଛି ବାତ୍ୟା, ଅକ୍ଟୋବର ପ୍ରଥମ ସପ୍ତାହରେ ଓଡ଼ିଶା-ଆନ୍ଧ୍ର ଉପକୂଳ ମୁହାଁଇପାରେ

 Breaking News

ଆସୁଛି ବାତ୍ୟା, ଅକ୍ଟୋବର ପ୍ରଥମ ସପ୍ତାହରେ ଓଡ଼ିଶା-ଆନ୍ଧ୍ର ଉପକୂଳ ମୁହାଁଇପାରେ

ଆସୁଛି ବାତ୍ୟା, ଅକ୍ଟୋବର ପ୍ରଥମ ସପ୍ତାହରେ ଓଡ଼ିଶା-ଆନ୍ଧ୍ର ଉପକୂଳ ମୁହାଁଇପାରେ
September 22
11:46 2023

ଭୁବନେଶ୍ୱର,୨୨/୯: ଓଡ଼ିଶାକୁ ପୁଣି ବାତ୍ୟା ଭୟ। ଆସିବ କି ଆଉ ଏକ ବାତ୍ୟା ? ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ହୋଇଥିବା ଆକଳନ ପରେ ଏଭଳି କିଛି ଆଶଙ୍କା ବଢ଼ିଛି। ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ଆଶଙ୍କା ରହିଛି।
ସେପ୍ଟେମ୍ବର ୨୮ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ଓ ପରେ ବାତ୍ୟାର ରୂପ ନେଇପାରୋ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ମୁହାଁ ହେବାର ସମ୍ଭାବନା ରହିଛି । ଏହି ସମୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ କରୁଥିବାରୁ ଲଘୁଚାପ ବାତ୍ୟାରେ ପରିଣତ ହେବାକୁ ପାଗ ଅନୁକୂଳ ହୋଇପାରେ।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୧୫ ଦିନ ପୂର୍ବରୁ ହୋଇଥିବା ଆକଳନରେ ଏଭଳି କିଛି ପୂର୍ବାନୁମାନ କରାଯାଇଛି। ତା’ସହ ଅନ୍ୟ କିଛି ପାଣିପାଗ ମଡେଲ୍ ବି ଏନେଇ ସୂଚନା ଦେଇଛି। ତେବେ ଏହାର ପ୍ରଭାବ ଓ ଗତିପଥ କ’ଣ ରହିବ ତାହା ଏଯାଏ ଜଣାପଡ଼ିନି।
ଅକ୍ଟୋବର ମାସରେ ବିଶେଷକରି ଓଡ଼ିଶାରେ ବାତ୍ୟା ହୋଇଥାଏ। ୧୯୯୯ ମହାବାତ୍ୟା, ୨୦୨୩ ଫାଇଲିନ, ସିତରାଙ୍ଗ ଆଦି ବାତ୍ୟା ଅକ୍ଟୋବାର ମାସରେ ହୋଇଛି । ତେଣୁ ଅକ୍ଟୋବରେ ଆଉ ଏକ ବାତ୍ୟା ଆସିପାରେ ବୋଲି କୁହାଯାଉଛି ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031