Indus Valley Times

ଉତ୍ତରକାଶୀରେ ଭୟଙ୍କର ଦୁର୍ଘଟଣା, ଖାଇକୁ ବସ୍ ଖସି ୭ ମୃତ

 Breaking News

ଉତ୍ତରକାଶୀରେ ଭୟଙ୍କର ଦୁର୍ଘଟଣା, ଖାଇକୁ ବସ୍ ଖସି ୭ ମୃତ

ଉତ୍ତରକାଶୀରେ ଭୟଙ୍କର ଦୁର୍ଘଟଣା, ଖାଇକୁ ବସ୍ ଖସି ୭ ମୃତ
August 20
21:29 2023

ଉତ୍ତରକାଶୀ,୨୦/୮ : ଉତ୍ତରାଖଣ୍ଡର ଉତ୍ତରକାଶୀରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଉତ୍ତରକାଶୀର ଗଙ୍ଗୋତ୍ରୀ ଜାତୀୟ ରାଜପଥର ଗଙ୍ଗନାନୀ ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି।
ଏହି ବସରେ ୩୫ ଜଣ ତୀର୍ଥଯାତ୍ରୀ ଥିବାବେଳେ ସେମାନଙ୍କ ମଧ୍ୟରୁ ୭ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୭ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଏହି ସମସ୍ତ ଯାତ୍ରୀ ଗୁଜରାଟର ବୋଲି କୁହାଯାଉଛି।
ମିଳିଥିବା ସୂଚନା ଅନୁଯାୟୀ, ତୀର୍ଥଯାତ୍ରୀ ଭର୍ତ୍ତି ଏହି ବସ୍ ଗଙ୍ଗୋତ୍ରୀରୁ ଫେରୁଥିବା ବେଳେ ବାଟରେ ଥିବା ଏକ ପାହାଡ଼ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣା ସମ୍ପର୍କରେ ଖବର ପାଇବା ପରେ ପ୍ରଶାସନ ଓ ପୁଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର‌୍ୟ୍ୟ ଜାରି ରଖିଛନ୍ତି। ଦୁର୍ଘଟଣା ପରେ ଏସଡିଆରଏଫ ଓ ଏନଡିଆରଏଫ ଟିମ୍ ଘଟଣାସ୍ଥଳରେ ପହଞ୍ଚି ବସରେ ଫସି ରହିଥିବା ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ । ଏହି ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୭ ଜଣ ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଛି।
ଉତ୍ତରକାଶୀ ଗଙ୍ଗୋତ୍ରୀ ଜାତୀୟ ରାଜପଥର ଗଙ୍ଗନାନି ନିକଟରେ ଅପରାହ୍ନ ପ୍ରାୟ ୩ଟା ବେଳେ ଏହି ଅଘଟଣ ଘଟିଛି। ଘଟଣାସ୍ଥଳରେ ପୁଲିସ ଅଧୀକ୍ଷକ ଓ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ଅଛନ୍ତି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଏହି ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031