Indus Valley Times

ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

 Breaking News

ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା
September 23
15:31 2026

ଭୁବନେଶ୍ୱର, ୨୩/୯ : ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଏବେ ଉପକୂଳ ଆଡ଼କୁ ଦ୍ରୁତ ଗତିରେ ମାଡ଼ିଆସୁଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବିଗତ ୬ ଘଣ୍ଟାରେ ଏହା ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ପଶ୍ଚିମ ଦିଗକୁ ଗତି କରିଛି ଏବଂ ଆଜି ରାତି ସୁଦ୍ଧା ଆନ୍ଧ୍ରପ୍ରଦେଶର କଳିଙ୍ଗପଟ୍ଟନମ ନିକଟରେ ଉପକୂଳ ଅତିକ୍ରମ କରିପାରେ।
ବର୍ତ୍ତମାନ ଗଭୀର ଅବପାତଟି କଳିଙ୍ଗପଟ୍ଟନମଠାରୁ ପ୍ରାୟ ୭୦ କିମି ପୂର୍ବ-ଦକ୍ଷିଣପୂର୍ବ, ଗୋପାଳପୁରଠାରୁ ୧୫୦ କିମି ଦକ୍ଷିଣ, ପୁରୀଠାରୁ ୨୩୦ କିମି ଦକ୍ଷିଣ-ଦକ୍ଷିଣପଶ୍ଚିମ ଏବଂ ବିଶାଖାପଟ୍ଟନମଠାରୁ ୧୫୦ କିମି ପୂର୍ବ-ଉତ୍ତରପୂର୍ବରେ ଅବସ୍ଥିତ ରହିଛି।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଏହି ସିଷ୍ଟମ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଆଗକୁ ବଢ଼ିବ ଏବଂ ଗୋପାଳପୁର ଓ ବିଶାଖାପଟ୍ଟନମ ମଧ୍ୟରେ କଳିଙ୍ଗପଟ୍ଟନମ ନିକଟବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ–ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଲ୍ୟାଣ୍ଡଫଲ୍ କରିବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କନ୍ଧମାଳ ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ଅନେକ ସ୍ଥାନରେ ଘନଘନ ବର୍ଷା ସହ ପବନର ବେଗ ମଧ୍ୟ ବଢ଼ିବାର ଆଶଙ୍କା ରହିଛି।
ପ୍ରଶାସନ ପକ୍ଷରୁ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବା, ସମୁଦ୍ରକୁ ନ ଯିବା ଏବଂ ଅତ୍ୟାବଶ୍ୟକ ନ ହେଲେ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଜରୁରୀକାଳୀନ ଟିମ୍‌ଗୁଡ଼ିକୁ ମଧ୍ୟ ସଜାଗ ରଖାଯାଇଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930