Indus Valley Times

ଉପର ତଳ ହେଉଛି ଦୈନିକ ସଂକ୍ରମଣ, ରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲେ ୨୦୩ କରୋନା ପଜିଟିଭ୍

 Breaking News

ଉପର ତଳ ହେଉଛି ଦୈନିକ ସଂକ୍ରମଣ, ରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲେ ୨୦୩ କରୋନା ପଜିଟିଭ୍

ଉପର ତଳ ହେଉଛି ଦୈନିକ ସଂକ୍ରମଣ, ରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲେ ୨୦୩ କରୋନା ପଜିଟିଭ୍
August 22
11:13 2022

ଭୁବନେଶ୍ୱର ୨୨/୮: ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୨୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସର୍ମ୍ପକବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ ଓ କନ୍ଧମାଳ ଜିଲ୍ଲାରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୩୨ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୪ଜଣ, ଷ୍ଟେଟ ପୁଲ୍ରୁ ୭ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୫୨୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୬୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୩୬୭୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୩୫୪୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031