Indus Valley Times

ଏସସିବି ମେଡିକାଲର ଆଇସିୟୁରେ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ପୂଜାରୀ

 Breaking News

ଏସସିବି ମେଡିକାଲର ଆଇସିୟୁରେ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ପୂଜାରୀ

August 25
10:33 2022

କଟକ,୨୫/୮: କଟକ ବଡ଼ ଡାକ୍ତରଖାନା (ଏସ୍ସିବି)ରେ ଭର୍ତ୍ତି ହୋଇଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ। ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ପ୍ରଥମେ କାଜୁଆଲିଟି ଓ ପରେ ସ୍ୱତନ୍ତ୍ର ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି। ତାଙ୍କର କିଡନୀ ଜନିତ ସମସ୍ୟା ଥିବାରୁ ଗତକାଲି ଜୟପୁର ମୁଖ୍ୟ ଚିକିତ୍ସାଳୟରୁ କଟକ ସ୍ଥାନାନ୍ତର କରାଯାଇଥିଲା।
ଗତ ୨୧ ତାରିଖରେ କମଳା ପୂଜାରୀ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ଝାଡ଼ା ଓ ଜ୍ୱର ହୋଇଥିଲା। ପରିବାର ଲୋକେ ତାଙ୍କୁ ଜୟପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାପରେ ଝାଡ଼ା ଓ ଜ୍ୱର କମିଯାଇଥିଲା। ପରେ ଡାକ୍ତର କମଳା ପୂଜାରୀଙ୍କର ରକ୍ତ ଓ ପରିଶ୍ରା ପରୀକ୍ଷା କରିଥିଲେ। ରିପୋର୍ଟରେ ୟୁରିଆ ଓ କ୍ରେଟିନ୍ ଅଧିକ ଆସିଥିଲା। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଥିଲା।
ସୂଚନାଯୋଗ୍ୟ, କୃଷି କ୍ଷେତ୍ରରେ ପ୍ରମୁଖ ଅବଦାନ ପାଇଁ କମଳା ପୂଜାରୀଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିଥିଲା।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031