Indus Valley Times

ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି

 Breaking News

ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି

ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି
April 17
13:03 2025

ଭୁବନେଶ୍ୱର, ୧୭/୪ : ରାଜ୍ୟ ପୋଲିସ କର୍ମଚାରୀଙ୍କ ପାଇଁ ଶୁଭ ଗୁରୁବାର ହୋଇଛି । କଥା ଦେଇ କଥା ରଖିଛନ୍ତି ମୋହନ ସରକାର ।
ରାଜ୍ୟ ସରକାର ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ତିନୋଟି ନୂଆ ବାଟାଲିଅନ ଗଠନ କରିବା ସହିତ ବିଭିନ୍ନ ପଦବୀରେ ମାସିକ ପାରିଶ୍ରମିକ ବୃଦ୍ଧି କରିଛନ୍ତି । ଏ ସମ୍ପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଅନୁମୋଦନ ଦେଇଛନ୍ତି ।
ସେହିପରି ମୁଖ୍ୟମନ୍ତ୍ରୀ ପୋଲିସ କର୍ମଚାରୀମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି କରିଛନ୍ତି । ସିପାହୀ (GD) ମାନଙ୍କ ମାସିକ ପାରିଶ୍ରମିକ ୩୦ ହଜାର ଟଙ୍କାରୁ ୪୫ ହଜାର ଟଙ୍କାକୁ ବୃଦ୍ଧି ପାଇଥିବାବେଳେ ସେହିପରି ଲାନ୍‍ସ ନାଏକ/ନାଏକ/ହାବିଲ୍‍ଦାର (GD)ମାନଙ୍କ ପାରିଶ୍ରମିକ ୩୨ ହଜାରରୁ ୫୦ ହଜାର ଟଙ୍କାକୁ ବୃଦ୍ଧି ପାଇଛି ।
ସେହିପରି ଜୁନିଅର କମିଶନ୍‍ଡ ଅଫିସର (GD) ୪୦ ହଜାରରୁ ୫୫ ହଜାର ଟଙ୍କା ଏବଂ ଜୁନିଅର କମିଶନ୍‍ଡ ଅଫିସର (Instructor) ୪୦ ହଜାରରୁ ୫୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର ।
ସେହିପରି ଡିଙ୍ଗି ଡ୍ରାଇଭର/ସି-ମ୍ୟାନ୍ ମେକାନିକ୍/ ଖଲାସି ମାନଙ୍କ ମାସିକ ପାରିଶମିକ ୩୦ ହଜାରରୁ ୪୫ ହଜାର, ସିରାଙ୍ଗ/ଇଞ୍ଜିନ୍‍ ଡ୍ରାଇଭରମାନଙ୍କର ୩୨ ହଜାରରୁ ୫୦ ହଜାର ଏବଂ ମାଷ୍ଟର ମାନଙ୍କ ମାସିକ ପାରିଶ୍ରମିକ ୪୦ ହଜାରରୁ ୫୫ ହଜାର ଟଙ୍କାକୁ ବୃଦ୍ଧି ପାଇଛି।
ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ତିନୋଟି ନୂଆ ବାଟାଲିଅନ ଗଠନ କରାଯାଇଛି । ଏଥିରେ ପୂର୍ବତନ ଆର୍ମି ଓ ନାଭିର ସୈନିକ ଏବଂ କୈନ୍ଦ୍ରୀୟ ସଶକ୍ତ ପୋଲିସ ବାହିନୀର କର୍ମଚାରୀମାନେ ନିଯୁକ୍ତ ହେବେ ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930