Indus Valley Times

ଓଡ୍ରାଫ୍ ବୋଟ୍ ଦୁର୍ଘଟଣା: ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ

 Breaking News

ଓଡ୍ରାଫ୍ ବୋଟ୍ ଦୁର୍ଘଟଣା: ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ

ଓଡ୍ରାଫ୍ ବୋଟ୍ ଦୁର୍ଘଟଣା: ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ
September 24
15:20 2021

ଭୁବନେଶ୍ୱର,୨୪/୯: ଓଡ୍ରାଫ୍ ବୋଟ୍ ଦୁର୍ଘଟଣାରେ ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ହୋଇଛି। ଅରିନ୍ଦମଙ୍କ ମୃତ୍ୟୁ ନେଇ ଏସ୍ସିବି ଜରୁରୀକାଳୀନ ଅଧିକାରୀ ସୂଚନା ଦେଇଛନ୍ତି।
ନଦୀର ପ୍ରଖର ସ୍ରୋତରେ ଫସିଥିବା ଓଡ୍ରାଫ୍ ଟିମ୍, ଓଟିଭିର ଦୁଇଜଣ ପ୍ରତିନିଧି ଓ ଅନ୍ୟମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା। ଏଥିରେ ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ହୋଇଛି। ବର୍ତ୍ତମାନ ପ୍ରଭାତ SCB ଆଇସିୟୁରେ ଅଛନ୍ତି। ଏନେଇ SCB ଜରୁରୀକାଳୀନ ଅଧିକାରୀ ସୂଚନା ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ ଯେ, ଦୀର୍ଘଘଣ୍ଟା ଧରି ମୁଣ୍ଡଳୀ ନିକଟରେ ମହାନଦୀ ପାଣିରେ ଫସି ରହିଥିବା ଦନ୍ତା ହାତୀକୁ ଉଦ୍ଧାର କରିବାକୁ ଓଡ୍ରାଫ୍ ଟିମ୍ ଘଟଣାସ୍ଥଳକୁ ଯାଇଥିଲେ । ଅକ୍ଳାନ୍ତ ପରିଶ୍ରମ କରି ଓଡ୍ରାଫ୍ ଟିମ୍ର ବୋଟ୍ରେ ୫ଜଣ ଓଡ୍ରାଫ୍ କର୍ମଚାରୀଙ୍କ ସହ ଓଟିଭିର ରିପୋର୍ଟର ଅରିନ୍ଦମ୍ ଦାସ୍ ଏବଂ କ୍ୟାମେରା ପର୍ସନ ମଧ୍ୟ ରହିଥିଲେ । ଗଜରାଜକୁ ଉଦ୍ଧାର କରିବାକୁ ନିକଟକୁ ଯିବାବେଳେ ନଦୀର ପ୍ରଖର ସ୍ରୋତରେ ବୋଟ୍ଟି ଭାରସାମ୍ୟ ହରାଇ ଓଲଟିପଡିଥିଲା । ଫଳରେ ବୋଟ୍ରେ ଥିବା ୭ ଜଣ ଯାକ ନଦୀ ପାଣିରେ ବୁଡିଯାଇଥିଲେ । ବ୍ରିଜ୍ ଉପରେ ଥିବା ଅନ୍ୟ ଓଡ୍ରାଫ୍ କର୍ମଚାରୀ ବୁଡିଯାଇଥିବା ୩ ଜଣ ଓଡ୍ରାଫ୍ କର୍ମଚାରୀଙ୍କୁ ଉଦ୍ଧାର କରିଥିଲେ । ଓଟିଭିର କ୍ୟାମେରା ପର୍ସନଙ୍କୁ ମଧ୍ୟ ଓଡ୍ରାଫ୍ ଟିମ୍ ଉଦ୍ଧାର କରିଥିଲେ । ତେବେ ଓଟିଭିର ରିପୋର୍ଟର ଅରିନ୍ଦମ୍ ଦାସ ଭାସିଯାଇଥିଲେ । କିଛି ଦୂରରେ ନଦୀ ପାଣିରେ ଭାସୁଥିବା ବେଳେ ଏକ ମାଛଧରା ଡଙ୍ଗା ତାଙ୍କ ନିକଟକୁ ଯାଇ ତାଙ୍କୁ ଉଦ୍ଧାର କରିଥିଲା । ସମସ୍ତଙ୍କୁ ଉଦ୍ଧାର କରାଯାଇ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଓଟିଭି ରିପୋର୍ଟର ଅରିନ୍ଦମ୍ ଦାସଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଉଦ୍ଧାର ହୋଇଥିବା ଅନ୍ୟ ୪ଜଣ କର୍ମଚାରୀ ଏବେ ଚିକିତ୍ସାଧିନ ଅଛନ୍ତି । ଏବେବି ଓଡ୍ରାଫ୍ ଟିମ୍‌ର ଅନ୍ୟ ଜଣେ କର୍ମଚାରୀ ନିଖୋଜ ଅଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031