Indus Valley Times

କାର୍ତ୍ତିକ ପୂର୍ଣ୍ଣିମାଠାରୁ ରାଜ୍ୟର ଶୀତର ପ୍ରକୋପ ବଢ଼ିବାର ସମ୍ଭାବନା

 Breaking News

କାର୍ତ୍ତିକ ପୂର୍ଣ୍ଣିମାଠାରୁ ରାଜ୍ୟର ଶୀତର ପ୍ରକୋପ ବଢ଼ିବାର ସମ୍ଭାବନା

November 11
19:24 2024

ଓଡ଼ିଶା, ୧୧/୧୧ : ବଦଳୁଛି ପାଗ। ୧୫ ତାରିଖ ଅର୍ଥାତ କାର୍ତ୍ତିକ ପୂର୍ଣ୍ଣିମାଠାରୁ ରାଜ୍ୟର ଶୀତର ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି। ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସେପଟେ କାର୍ତ୍ତିକ ମାସର ଆଜି ହେଉଛି ଶେଷ ସୋମବାର। ରାଜ୍ୟକୁ ଶୀତ ଋତୁ ଆସିନି। କିନ୍ତୁ ଶୀତର ପ୍ରକୋପ ଆରମ୍ଭ ହେଲାଣି। ବିଳମ୍ୱିତ ରାତିରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ସାମାନ୍ୟ କୁଡୁଡି ଦେଖିବାକୁ ମିଳୁଥିବା ବେଳେ ଶୀତ ଅନୁଭୂତ ହେଉଛି। ଭୋରୁ ଭୋରୁ ପ୍ରବଳ ଶୀତ ହେଉଥିବା ଦେଖିବାକୁ ମିଳିଛି। ଆସନ୍ତା ୧୫ ତାରିଖରେ କାର୍ତ୍ତିକ ପୂର୍ଣ୍ଣମା ପଡୁଛି। ତା’ପରଠାରୁ ଶୀତର ପ୍ରକୋପ ବଢ଼ିବ ଅନୁମାନ କରାଯାଉଛି।
ଅନ୍ୟପକ୍ଷରେ ଉପକୂଳ ଓଡ଼ିଶା ସହ କିଛି ଜାଗାରେ ହାଲୁକା ବର୍ଷା ସମ୍ଭାବନାର ସମ୍ଭାବନା ରହିଛି। ଉପକୂଳ ଓ ମୟୂରଭଂଜ, କେନ୍ଦୁଝରରେ ହାଲୁକା ବର୍ଷା ସମ୍ଭାବନା। ଆସନ୍ତାକାଲି ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ବର୍ଷା ହେବା ନେଇ ଆସଙ୍କା କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930