Indus Valley Times

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

September 08
19:18 2025

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି , ୮/୯ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଭୁବନୀ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗ ଦେଇ ଶୁଣାଣୀ କରିଥିଲେ ।
କାର୍ଯ୍ୟକ୍ରମରେ ଭୁବନନୀ ଗ୍ରାମ ପଞ୍ଚାୟତ ସମେତ ତୁମୁଳ , ସେରଙ୍ଗ ଓ ଅଜୟଗଡ଼ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ-୬୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୧୮ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୪୩ ଗୋଟି ଅଭିଯୋଗ ଆସିଥିଲା । ଏଥିମଧ୍ୟରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଜଣଙ୍କୁ ୨୫ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି ଏବଂ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦୁଲାରାମ ମାରାଣ୍ଡି , ତହସିଲଦାର ଶ୍ରୀ ଶରତ ଶବର , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ ଓ ସ୍ଥାନୀୟ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31