Indus Valley Times

ଚଳିତ ମାସ ୨୦ ଏବଂ ୨୧ ତାରିଖରେ ନୟାଗଡ଼ରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ

 Breaking News

ଚଳିତ ମାସ ୨୦ ଏବଂ ୨୧ ତାରିଖରେ ନୟାଗଡ଼ରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ

ଚଳିତ ମାସ ୨୦ ଏବଂ ୨୧ ତାରିଖରେ ନୟାଗଡ଼ରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ
May 12
10:14 2023

ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟ

ନୟାଗଡ଼,୧୨/୫ : ନୟାଗଡ଼ (ସମ୍ପର୍କ )ରାଜ୍ୟ ଚେସ ଆସୋସିଏସନର ନିର୍ଦ୍ଦେଶ କ୍ରମେ ନୟାଗଡ଼ରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଚଳିତ ମାସ ୨୦ ଏବଂ ୨୧ ତାରିଖ ଦୁଇଦିନ ଧରି ସ୍ଥାନୀୟ କେସି କ୍ଲବ ପରିସରରେ ଅନୁଷ୍ଠିତ ଅନୁଷ୍ଠିତ । ଏହି ଉପଲକ୍ଷେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି।
ସୂଚନା ମୁତାବକ ଏହି ଟୁର୍ଣ୍ଣାମେଣ୍ଟରେ ସମସ୍ତ ବର୍ଗର ପ୍ରତିଯୋଗୀ ଅଂଶ ଗ୍ରହଣ କରି ପାରିବେ। ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୧୫ଶହ ଟଙ୍କା, ଦ୍ୱିତୀୟ ସ୍ଥାନ ପାଇଁ ୧୨ଶହ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ଙ୍କୁ ୧ହଜାର ଟଙ୍କା ସହିତ ପ୍ରମାଣପତ୍ର ପ୍ରଦାନ କରାଯିବ।
ଚତୁର୍ଥ ଏବଂ ପଞ୍ଚମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ସ୍ୱାନ୍ତନା ମୂଳମ ପୁରସ୍କାର ପ୍ରଦାନ କରାଯିବ । ସେହିପରି ଅଂଶ ଗ୍ରହଣ କରିଥିବା ସମସ୍ତ ପ୍ରତିଯୋଗୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯିବ। ସ୍ଥାନୀୟ କେସି କ୍ଲବ ପରିସରରେ ଆୟୋଜିତ ଏହି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ଚେସ ଆସୋସିଏସନ ସଭାପତି ଶ୍ରୀଧର ସାହୁ, ସମ୍ପାଦକ ଧୀରେନ୍ଦ୍ର ପଟ୍ଟନାୟକ, ଉପସଭାପତି ବାଲାରସେନ ପାତ୍ର, କୋଷାଧ୍ୟକ୍ଷ ତରୁଣ ଖାଁ, ସଦସ୍ୟ ଲକ୍ଷ୍ମୀଧର ସାହୁ ଏବଂ ରିତେଶ ରଥ ପ୍ରମୁଖ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031