ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ
September 04
13:32
2026
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ଭୁବନେଶ୍ବର, ୪/୯: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ସହାୟତା ରାଶିକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି କରାଯାଇଛି ।
ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ସହାୟତା ରାଶି ୨ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଭଲ ଚିକିତ୍ସା ଲାଗି ସ୍ଥାନାନ୍ତର ପାଇଁ ମିଳିବ ୩୦ ହଜାର ଟଙ୍କା । ଯାତାୟାତ ଖର୍ଚ୍ଚ ବାବଦକୁ ମିଳିବ ୧୦ ହଜାର ଟଙ୍କା । ସରକାରୀ ମେଡିକାଲରେ ନିଶୁଳ୍କ ଚିକିତ୍ସା ପ୍ରଦାନ କରାଯିବ ।
ଅନୁକମ୍ପା ସହାୟତା ରାଶି ମା\’ କିମ୍ବା ବାପାଙ୍କୁ ପ୍ରଦାନ କରାଯିବ । ଉଭୟ ନଥିଲେ ଜିଲ୍ଲାପାଳଙ୍କ ଦ୍ୱାରା ଚିହ୍ନଟ ଅଭିଭାବକଙ୍କୁ ମିଳିବ ସହାୟତା ।
ସହୟତା ରାଶି ପାଇଁ ପ୍ରଧାନ ଶିକ୍ଷକ, ଜିଲ୍ଲାପାଳ, ଡିଇଓ, ବିଇଓଙ୍କ ଅନୁମୋଦନ ଜରୁରୀ । ଅନୁମୋଦନର ୨୪ ଘଣ୍ଟା ମଧ୍ୟରେ ଅଭିଭାବକଙ୍କୁ ମିଳିବ ସହାୟତା ରାଶି । ଶିଶୁ ବାଟିକାରୁ ଦ୍ୱାଦଶ ପଢୁଥିବା ଛାତ୍ରଙ୍କ ପାଇଁ ବ୍ୟବସ୍ଥା ଲାଗୁ ହେବ ବୋଲି ନିର୍ଦ୍ଦେଶାବଳୀରେ ଦର୍ଶାଯାଇଛି ।






