Indus Valley Times

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜ଼ିଲ୍ଲାସ୍ତରୀୟ ଓଡିଶା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

 Breaking News

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜ଼ିଲ୍ଲାସ୍ତରୀୟ ଓଡିଶା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜ଼ିଲ୍ଲାସ୍ତରୀୟ ଓଡିଶା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
March 22
21:50 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ,୨୨/୩ : ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆସନ୍ତା ଏପ୍ରିଲ ୧ ତାରିଖ ଦିନ ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି ।
ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏପ୍ରିଲ ୧ ତାରିଖ ରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୂଚନା ଦେବା ସହ ପୂର୍ବ ବର୍ଷ ର ବିବରଣୀ ପାଠ କରି ଥିଲେ ।
ଓଡିଶା ଦିବସ ଅବସରରେ ପ୍ରାତଃ ୪.୩୦ ମି ସମୟରେ ବନ୍ଦେ ଉତ୍କଳ ଜନନୀ ବାଦନ ଏବଂ ଦେଶାତ୍ମବୋଧକ ସଂଗୀତ ସହ ସହର ପରିକ୍ରମା, ସକାଳ ୬ ଘ. ରୁ ୭ ଘଟିକା ମଧ୍ୟ ରେ ଶିକ୍ଷାନୁଷ୍ଠାନ ର ଛାତ୍ର ଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ ମାନେ ସହର ରେ ପ୍ରଭାତ ଫେରି କରିବେ ।
ସକାଳ ଘ.୮.୩୦ ମି ସମୟରେ ଉତ୍କଳର ବରପୁତ୍ର ମାନଂକ ପ୍ରତିମୂ ର୍ତ୍ତିରେ ସାମୁହିକ ମାଲ୍ୟାର୍ପଣ ଓ ବିଭିନ୍ନ ପ୍ରଦର୍ଶନୀର ଆୟୋଜନ କରାଯିବ । ସନ୍ଧ୍ୟାରେ ଟାଉନ ହଲ ଠାରେ ସାଧାରଣ ସଭା, ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବଣ୍ଟନ ଆଦି କାର‌୍ୟ୍ୟକ୍ରମ ଉପରେ ଆଲୋଚନା କରାଯାଇ ଅଧିକାରୀ ମାନଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ କରାଗଲା ।
ଏପ୍ରିଲ ୧ ତାରିଖ ପୂର୍ବ ରୁ ବିଭିନ୍ନ ଶିକ୍ଷାନୁଷ୍ଠାନ ର ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ଚିତ୍ରାଙ୍କନ, ଦେଶାତ୍ମବୋଧକ ସଂଗୀତ, ବକ୍ତୃତା, ନୃତ୍ୟ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହେବ ।
ପୂର୍ବରୁ ଜ଼ିଲ୍ଲା ସ୍ତରୀୟ ଉଚ୍ଚ ବିଦ୍ୟାଳୟ ସ୍ତରୀୟ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ କରାଯାଇ ପ୍ରଥମ ସ୍ଥାନ ଅଧିକାର ଅଧିକାର କରିଥିବା ଛାତ୍ର / ଛାତ୍ରୀ ଙ୍କୁ ଭୁବନେଶ୍ୱର ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ରେ ଅଂଶଗ୍ରହଣ କରିବା ପାଇଁ ପଠାଯିବ ।
ଓଡିଶା ଦିବସ ଅବସର ରେ ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ ଆଦି ଅନୁଷ୍ଠାନ କୁ ରଙ୍ଗୀନ ଆଲୋକ ମାଳା ରେ ସୂ ସଜ୍ଜିତ କରାଯିବ ।
ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସାର୍ଥକ ରାୟ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ -ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମଦନ ମୋହନ ପ୍ରଧାନ, ଡ଼. ସଂଘମିତ୍ରା ପଣ୍ଡା, ଡ଼. କେ. ସି. ପଟ୍ଟନାୟକ, ଡ଼. ବି. କେ. ଆର
ସି. ଦେଓ ହେମ୍ରମ,ବୌଦ୍ଧ ବିଡିଓ ଯୁଧିଷ୍ଠିର ମେହେର, ତହସିଲଦାର ଅନୀତା କୁମାରୀ ସାହୁ, ସହକାରୀ ନିର୍ବାହୀ ଯନ୍ତ୍ରୀ, ଟି. ପି. ଏସ. ଓ. ଡି. ଏଲ. ଅମରେନ୍ଦ୍ର କୁମାର ସାହୁ, ଜ଼ିଲ୍ଲା ସଂସ୍କୃତି ଅଧିକାରୀ ଅକ୍ରୁର ଯାନୀ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର,ଏ. ଏଚ.ଓ ପୂଜା ବାରିକ,ଏନଏସି ନିର୍ବାହୀ ଅଧିକାରୀ ସତ୍ୟ ନାରାୟଣ ପ୍ରଧାନ, ଶାରୀରିକ ଶିକ୍ଷା ନିରୀକ୍ଷକ ଆନନ୍ଦ କୁମାର ବେହେରା, ସମସ୍ତ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଓ ଅନ୍ୟ ସମସ୍ତ ବିଭାଗ ର ଅଧିକାରୀ ମାନେ ଉପସ୍ଥିତ ଥିଲେ ।
ବୈଠକ ଶେଷରେ ଜ଼ିଲ୍ଲାପାଳ ଓଡିଶା ଦିବସ କାର୍ଯ୍ୟକ୍ରମ ର ସଫଳତା ପାଇଁ ସମସ୍ତ ଙ୍କ ସହଯୋଗ କାମନା କରିଥିଲେ ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031