Indus Valley Times

ଜୁଲାଇ ୨ଯାଏ ବର୍ଷା

 Breaking News

ଜୁଲାଇ ୨ଯାଏ ବର୍ଷା

ଜୁଲାଇ ୨ଯାଏ ବର୍ଷା
June 28
07:48 2022

ଭୁବନେଶ୍ବର,୨୮/୬ : ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଜୁଲାଇ ୨ ପର‌୍ୟ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।
୨୮ ତାରିଖରେ ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହୋଇପାରେ।
ପରବର୍ତୀ ଦୁଇ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ଜୁଲାଇ ପହିଲା ତଥା ଶ୍ରୀଗୁଣ୍ଡିଚାରେ ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ଅନ୍ୟ ସ୍ଥାନଗୁଡ଼ିକରେ କାଳବୈଶାଖୀ ପ୍ରଭାବରେ ହାଲୁକା ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ନିର୍ଦେଶକ ଏଚ୍ ଆର ବିଶ୍ବାସ ପୂର୍ବାନୁମାନ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031