Indus Valley Times

ଦୁର୍ଗାପୂଜାକୁ ଫିକା କରିପାରେ ବର୍ଷା, ଆସୁଛି ଆଉ ଏକ ଲଘୁଚାପ!

 Breaking News

ଦୁର୍ଗାପୂଜାକୁ ଫିକା କରିପାରେ ବର୍ଷା, ଆସୁଛି ଆଉ ଏକ ଲଘୁଚାପ!

September 29
18:30 2024

ଭୁବନେଶ୍ୱର,୨୯/୯: ଚଳିତ ଥର ବର୍ଷାରେ ଭିଜିବ ଦଶହରା। ଆସୁଛି ବଡ଼ ଲଘୁଚାପ। ଅକ୍ଟୋବର ୪ରୁ ୧୦ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା। ଅକ୍ଟୋବର ୬ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ।
ସୂଚନାନୁସାରେ, ପଶ୍ଚିମ କେନ୍ଦ୍ରୀୟ ଓ ପାର୍ଶବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ। ଏନେଇ ରାଜ୍ୟରେ ହାଲୁକାରୁ ମଧ୍ୟମ ଓ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷାକୁ ନେଇ କୌଣସି ସତର୍କ ସୂଚନା ଦିଆଯାଇନଥିବା ବେଳେ ବିଜୁଳି ଘଡ଼ଘଡ଼ି ପାଇଁ ସତର୍କ କରାଯାଇଛି ।
ବିଜୁଳି ଘଡ଼ଘଡ଼ି ମୁଖ୍ୟତଃ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ରହିବ । ଏଥିପାଇଁ ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ।କୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31