Indus Valley Times

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ଘୋଷଣା; ଏଥର ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର

 Breaking News

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ଘୋଷଣା; ଏଥର ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ଘୋଷଣା; ଏଥର ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର
September 04
19:55 2025

ଭୁବନେଶ୍ୱର,୪/୯: ଆସନ୍ତା ୧୭ ତାରିଖ ଅର୍ଥାତ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ସେ କହିଛନ୍ତି ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରାଯିବ।
ପୂର୍ବରୁ ୧ ଲକ୍ଷରୁ ଊଦ୍ଧର୍‌ବ ହିତାଧିକାରୀଙ୍କୁ ଯୋଜନାରେ ସାମିଲ କରାଯାଇଛି। ନଭେମ୍ବରରେ ପ୍ରଧାନମନ୍ତ୍ରୀ ଆବାସର କାର୍ଯ୍ୟାଦେଶ ବଣ୍ଟନ କରାଯିବ। ନୂଆ ପିଏମ ଆବାସ ସର୍ଭେରେ ୩୫ ଲକ୍ଷ ହିତାଧିକାରୀ ଆବେଦନ କରିଥିଲେ। ନଭେମ୍ବର ସୁଦ୍ଧା ସମସ୍ତ ପ୍ରକ୍ରିୟା ସରିବ, କାର‌୍ୟ୍ୟାଦେଶ ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031