Indus Valley Times

ପାଲା,ଦାସକାଠିଆ ଓ ଅନ୍ୟ ଲୋକକଳା କଳାକାରଙ୍କ ପାରିଶ୍ରମିକ ବଢ଼ାଇଲେ ସରକାର

 Breaking News

ପାଲା,ଦାସକାଠିଆ ଓ ଅନ୍ୟ ଲୋକକଳା କଳାକାରଙ୍କ ପାରିଶ୍ରମିକ ବଢ଼ାଇଲେ ସରକାର

ପାଲା,ଦାସକାଠିଆ ଓ ଅନ୍ୟ ଲୋକକଳା କଳାକାରଙ୍କ ପାରିଶ୍ରମିକ ବଢ଼ାଇଲେ ସରକାର
July 08
21:38 2023

ଭୁବନେଶ୍ବର,୮/୭: ରାଜ୍ୟରେ କଳାକାରମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ବାରା ଆୟୋଜିତ ସଚେତନତା କାର‌୍ୟ୍ୟକ୍ରମ ଗୁଡ଼ିକରେ କଳାକାରମାନଙ୍କ ପ୍ରଦର୍ଶନ ପାଇଁ ପାରିଶ୍ରମିକରେ ବୃଦ୍ଧି ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବିଭିନ୍ନ ଲୋକକଳା ଯଥା ଦାସକାଠିଆ, ପାଲା, ଘୋଡ଼ାନାଚ ତଥା ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ପାରିଶ୍ରମିକ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶଯୋଗ୍ୟ ଯେ, ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ଲୋକକଳା ଜରିଆରେ ବିଭିନ୍ନ ସୂଚନା, ଶିକ୍ଷା ଓ ସଂଚାର କାର‌୍ୟ୍ୟକ୍ରମ ତଥା ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନ ପାଇଁ ପ୍ରଚାର ପ୍ରସାର କରାଯାଇଥାଏ।
ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ଲୋକକଳା ପାଇଁ ଗୋଟିଏ ଦିନରେ ୩ ଘଣ୍ଟାରେ ୩ଟି ପ୍ରଦର୍ଶନ କରିବା ପାଇଁ ବର୍ଦ୍ଧିତ ପାରିଶ୍ରମିକ ଘୋଷଣା କରାଯାଇଛି। ଦଳର ମୁଖ୍ୟଙ୍କୁ ଦିନକୁ ୧୦୦୦ ଟଙ୍କା ଓ ଅନ୍ୟ ସଦସ୍ୟମାନଙ୍କୁ ୮୦୦ ଟଙ୍କା ଲେଖାଏ ପ୍ରଦାନ କରାଯିବ। ଏହାସହିତ, କଳାକାରମାନଙ୍କ ଗମନାଗମନ ଓ ଖାଦ୍ୟ ପାଇଁ ଜଣ ପିଛା ଦୈନିକ ୩୦୦ ଟଙ୍କା ଲେଖାଏ ଦିଆଯିବ।
ଏହି ନୂତନ ପାରିଶ୍ରମିକ ଅନୁଯାୟୀ ଦାସକାଠିଆ ପ୍ରଦର୍ଶନ କ୍ଷେତ୍ରରେ ପୂର୍ବରୁ କାର‌୍ୟ୍ୟକ୍ରମ ପିଚ୍ଛା ୨୦୦ ଟଙ୍କା ଦିଆଯାଉଥିବା ବେଳେ, ବର୍ତ୍ତମାନ ଏକ ଦୁଇ ଜଣିଆ ଦଳକୁ ଏକକାଳୀନ ୨୪୦୦ ଟଙ୍କା ପ୍ରଦାନ କରାଯିବ। ସେହିପରି ପାଲା ପ୍ରଦର୍ଶନ କ୍ଷେତ୍ରରେ ପୂର୍ବରୁ କାର‌୍ୟ୍ୟକ୍ରମ ପିଚ୍ଛା ୩୫୦ ଟଙ୍କା ଦିଆଯାଉଥିବା ବେଳେ, ଏବେ ଏକ ୬ ଜଣିଆ ଦଳକୁ ଏକକାଳୀନ ୬୮୦୦ ଟଙ୍କା ଦିଆଯିବ। ଘୋଡ଼ାନାଚ କ୍ଷେତ୍ରରେ ପୂର୍ବରୁ କାର‌୍ୟ୍ୟକ୍ରମ ପିଚ୍ଛା ୩୫୦ ଟଙ୍କା ଦିଆଯାଉଥିବା ବେଳେ, ବର୍ତ୍ତମାନ ୮ ଜଣିଆ ଘୋଡ଼ାନାଚ ଦଳକୁ ଏକକାଳୀନ ୯୦୦୦ ଟଙ୍କା ଦିଆଯିବ।
ସେହିପରି ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ପୂର୍ବରୁ କାର‌୍ୟ୍ୟକ୍ରମ ପିଚ୍ଛା ୪୦୦ ଟଙ୍କା ଦିଆଯାଉଥିଲା। ଏବେ ଏକ ୮ ଜଣିଆ ଦଳକୁ ଏକକାଳୀନ ୯୦୦୦ ଟଙ୍କା ଦିଆଯିବ।
ଲୋକକଳାର ସୁରକ୍ଷା ତଥା କଳାକାରମାନଙ୍କୁ ପ୍ରୋତ୍ସାହିତ କରିବା ଦିଗରେ ଏହି ପଦକ୍ଷେପ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031