Indus Valley Times

ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମ ରେ ୫୦ ଏକର ଗଞ୍ଜେଇ ଚାଷ ନଷ୍ଟ

 Breaking News

ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମ ରେ ୫୦ ଏକର ଗଞ୍ଜେଇ ଚାଷ ନଷ୍ଟ

ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମ ରେ ୫୦ ଏକର ଗଞ୍ଜେଇ ଚାଷ ନଷ୍ଟ
February 21
09:00 2023

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା ,୨୧/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅଞ୍ଚଳ ରେ ଗତ କିଛି ଦିନ ହେଲା ଗଞ୍ଜେଇ ଚାଷ ନଷ୍ଟ ଅଭିଯାନ ବନ୍ଦ ରହିଥିବା ବେଳେ ପୁଣି ଥରେ ବାଲିଗୁଡା ଥାନା ତରଫରୁ ବାଲିଗୁଡା ବ୍ଲକ କୁଟିକିଆ ପଞ୍ଚାୟତର ସାଉଟିକିଆ ଅଞ୍ଚଳରୁ ଗଞ୍ଜେଇ ଚାଷ ନଷ୍ଟ କରିଥିବା ସୂଚନା ମିଳିଛି।
ସୂଚନା ଅନୁସାରେ ବାଲିଗୁଡା ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମ ରେ ବେଆଇନ୍ ଭାବରେ ଲାଗିଥିବା ଗଞ୍ଜେଇ ଗଛ ପ୍ରାୟ ୫୦ ଏକରକୁ ନଷ୍ଟ କରିଛି। ଅନ୍ୟ ପଟେ ବେଆଇନ୍ ଭାବରେ ଲାଗିଥିବା ଗଞ୍ଜେଇ ଚାଷକୁ ନେଇ ବାଲିଗୁଡା ଥାନା କେଶ ନଂ. ୪୩/୨୩ରେ ଏକ ମାମଲା ରୁଜୁ କରିଥିବା ବେଳେ ଏହି ଚଢ଼ାଉରେ ବାଲିଗୁଡା ଥାନା, ଅବକାରୀ ବିଭାଗ, ଓ ଶ୍ରମିକ ସାମିଲ୍ ଥିଲେ। ବାଲିଗୁଡା ଥାନାରେ ଗଞ୍ଜେଇ ସମ୍ପର୍କିତ ମାମଲା ରୁଜୁ କରିଥିବା ବେଳେ ଅଧିକ ତଦନ୍ତ ଚାଲୁ ରହିଥିବା ବିଷୟ ବାଲିଗୁଡା ଥାନା ଅଧିକାରୀ ବାବା ଶଙ୍କର ସରାଫ ସୂଚନା ଦେଇଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031