Indus Valley Times

ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

 Breaking News

ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
May 28
08:38 2025

ଭୁବନେଶ୍ୱର,୨୮/୫ : ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ ରହିଛି। ସେହିପରି ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର ୪ ଜିଲା କେନ୍ଦ୍ରାପଡ଼ା, କଟକ, ଯାଜପୁର, ଜଗତ୍‌ସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ବିଜୁଳି ଘଡ଼ଘଡ଼ି ସହ ଝଟ୍‌କା ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବ। ଏନେଇ ସମ୍ପୃକ୍ତ ଜିଲାଗୁଡ଼ିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାରେ ବିଶେଷକରି ମଧ୍ୟାହ୍ନରୁ ସନ୍ଧ୍ୟା ପର‌୍ୟ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ପବନର ଆଶଙ୍କା ରହିଛି। ଅନ୍ୟପଟେ ଲୋକଙ୍କୁ ପାଗ ଉପରେ ନଜର ରଖିବା ସହ ବଜ୍ରପାତ ସମୟରେ ରକ୍ଷା ପାଇବା ପାଇଁ ସୁରକ୍ଷିତ ଆଶ୍ରୟ ନେବାକୁ ଅନୁରୋଧ କରାଯାଇଛି।
ଫସଲ ଅମଳ ଉପରେ ଧ୍ୟାନଦେବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଅନ୍ୟପଟେ ୩୧ ତାରିଖ ପର‌୍ୟ୍ୟନ୍ତ ଭାରି ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହାର ମୁକାବିଲା ଲାଗି ସ୍ବତନ୍ତ୍ର ରିଲିଫ୍ କମିଶନର(ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଜୁଳି ଓ ଝଡ଼ବର୍ଷାଜନିତ କ୍ଷୟକ୍ଷତି ସମ୍ପର୍କିତ ରିପୋର୍ଟ ତୁରନ୍ତ ଦାଖଲ କରିବାକୁ କୁହାଯାଇଛି। ଝଡ଼ବର୍ଷା ସମୟରେ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031