Indus Valley Times

ବଙ୍ଗୋପସାଗରେ ଦାନା ବାନ୍ଧୁଛି ଲଘୁଚାପ, ଅଧିକ ଘନୀଭୂତ ହେବାକୁ ପାଗ ଅନୁକୂଳ

 Breaking News

ବଙ୍ଗୋପସାଗରେ ଦାନା ବାନ୍ଧୁଛି ଲଘୁଚାପ, ଅଧିକ ଘନୀଭୂତ ହେବାକୁ ପାଗ ଅନୁକୂଳ

ବଙ୍ଗୋପସାଗରେ ଦାନା ବାନ୍ଧୁଛି ଲଘୁଚାପ, ଅଧିକ ଘନୀଭୂତ ହେବାକୁ ପାଗ ଅନୁକୂଳ
May 09
20:37 2026

ଭୁବନେଶ୍ବର,୯/୫: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତ୍ତନଠାରୁ ଦେଢ଼ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ ଦିନରେ ଏହା ଆହୁରି ଘନୀଭୂତ ହୋଇ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ୧୧ ତାରିଖ ବେଳକୁ ଲଘୁଚାପର ରୂପ ନେଇପାରେ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି।
ଅପରପକ୍ଷେ ଦକ୍ଷିଣ-ପଶ୍ଚିମ ଉତ୍ତର ପ୍ରଦେଶ ଓ ସମୀପବର୍ତ୍ତୀ ଅଞ୍ଚଳରେ ଥିବା ଉପର ବାୟୁ ଘୂର୍ଣ୍ଣିବଳୟ ପରିସରରୁ ପୂର୍ବ ମଧ୍ୟପ୍ରଦେଶ ଓ ଛତିଶଗଡ଼ ଦେଇ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ପର‌୍ୟ୍ୟନ୍ତ ଏକ ଟ୍ରପ୍ ଲାଇନ୍ ଜାରି ରହିଛି। ଏହା ସମୁଦ୍ର ପତ୍ତନଠାରେୁ ୦.୯ କି.ମି. ଉଚ୍ଚରେ ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏଥିଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆଗାମୀ ୪ ଦିନ ଅର୍ଥାତ୍ ୧୨ ପର‌୍ୟ୍ୟନ୍ତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବ।
ଶନିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଝାରସୁଗୁଡା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930