Indus Valley Times

ବନ୍ଧା ହେଲେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ ଭି ହରିହର ରାଓ

 Breaking News

ବନ୍ଧା ହେଲେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ ଭି ହରିହର ରାଓ

September 21
16:12 2024

ବାଲେଶ୍ବର, ୨୧/୯ : କୋଟିପତି ମୁଖ୍ୟଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ। ବାଲେଶ୍ୱର ରୁରାଲ୍ ୱାର୍କସ ମୁଖ୍ୟଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ଜଣାଯାଇଛି।
ଗତକାଲି ହରିହରଙ୍କ ପୈତୃକ ଘର, ଅଫିସ, ଭୁବନେଶ୍ୱର, ବ୍ରହ୍ମପୁର, ବାଲେଶ୍ୱର, କେନ୍ଦୁଝର ଓ ଫୁଲବାଣୀରେ ଥିବା ଘର ସମେତ ମୋଟ ୧୧ଟି ସ୍ଥାନରେ ଚଢଉ କରିଥିଲା ଭିଜିଲାନ୍ସ। ଚଢ଼ଉ ବେଳେ ୨ଟି କୋଠା, ଗୋଟିଏ ଫ୍ଲାଟ୍ ଓ ୪ଟି ପ୍ଳଟ୍ ଓ ଦୁଇଟି ବେନାମୀ ଫ୍ଲାଟ୍ ଠାବ କରିଥିଲା ଭିଜିଲାନ୍ସ।
ହରିହର ବ୍ୟାଙ୍କରେ ୧.୧୧ କୋଟି ଟଙ୍କା ଜମା ରଖିବା ସହ ତାଙ୍କର ଗୋଟିଏ ଚାରି ଚକିଆ ଓ ଗୋଟିଏ ଦୁଇ ଚକିଆ ଗାଡ଼ି ଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଥିଲା। ସେହିପରି ତାଙ୍କ ଶଳାଙ୍କ ଘରୁ ନଗଦ ୪୬.୪୫ ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ।
ହରିହର ଠୁଳ କରିଥିବା ସମ୍ପତ୍ତି ବାବଦରେ ଭିଜିଲାନ୍ସ ତାଙ୍କୁ ପଚରାଉଚରା କରିଥିଲା। ହେଲେ ସେ ସମସ୍ତ ସମ୍ପତ୍ତି ବିଷୟରେ ସନ୍ତୋଷଜନକ ଉତ୍ତର ଦେଇ ପାରି ନଥିଲେ। ଭିଜିଲାନ୍ସ ଆଜି ତାଙ୍କୁ ଗିରଫ କରିଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930