Indus Valley Times

ବର୍ଷାରେ ଭିଜିବ ଦଶହରା, ଅକ୍ଟୋବର ୧ରୁରାଜ୍ୟରେ ବଢିବ ବର୍ଷାର ପରିମାଣ

 Breaking News

ବର୍ଷାରେ ଭିଜିବ ଦଶହରା, ଅକ୍ଟୋବର ୧ରୁରାଜ୍ୟରେ ବଢିବ ବର୍ଷାର ପରିମାଣ

ବର୍ଷାରେ ଭିଜିବ ଦଶହରା, ଅକ୍ଟୋବର ୧ରୁରାଜ୍ୟରେ ବଢିବ ବର୍ଷାର ପରିମାଣ
September 27
11:02 2022

ଭୁବନେଶ୍ବର,୨୭/୯: ଅକ୍ଟୋବର ୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଆହୁରି ମଧ୍ୟ କୁହାଯାଇଛି ଯେ ୨୮ ଏବଂ ୨୯ ତାରିଖରେ କେତେକ ଜିଲ୍ଲାରେ ବିଜୁଳି ଘଡଘଡି ସମେତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଓଡ଼ିଶାରେ ଆହୁରି ୩ ଦିନ ରାଜ୍ୟରେ ବିଜୁଳି ଘଡଘଡି ଏଥିଲାଗି ଚେତାବନୀ ଜାରି ହୋଇଛି।
ସୂଚନାଯୋଗ୍ୟ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଗଲାଣି। ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣ-ପଶ୍ଚିମ ରାଜସ୍ଥାନ ଓ କଚ୍ଛରୁ ମୌସୁମୀ ଅପସାରିତ ହୋଇଥିଲା। ଏହାପରେ ମୌସୁମୀ ଅପସାରଣ ପ୍ରକ୍ରିୟା ଧୀର ହୋଇଯାଇଥିଲା। ଏବେ ପୁଣି ଦେଶର କିଛି ସ୍ଥାନରୁ ମୌସୁମୀ ଫେରିବା ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଛି।
ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଦେଶର ଉତ୍ତର-ପଶ୍ଚିମ ଭାଗର ଅନେକ ଅଂଶ ଓ ପାର୍ଶ୍ବବର୍ତୀ କେନ୍ଦ୍ରୀୟ ଅଞ୍ଚଳର କିଛି ଭାଗରୁ ମୌସୁମୀ ବାୟୁ ଅପସାରଣ ପାଇଁ ସମ୍ପୂର୍ଣ୍ଣ ଅନୁକୂଳ ପରିବେଶ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି ) କହିଛି।
ଆଇଏମଡିର ସୂଚନା ମୁତାବକ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୨୮ ଓ ୨୯ ତାରିଖ ରାଜ୍ୟର କିଛି କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୱାର୍ଣ୍ଣିଂ ଜାରି ହୋଇଛି। ୧ ତାରିଖରୁ ରାଜ୍ୟରେ ବର୍ଷାରେ ବୃଦ୍ଧି ସମ୍ଭାବନା ରହିଛି।
ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ ଏହି ଭଳି ଭାବେ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରାଯାଉଛି। ଅନ୍ୟପଟେ ସୋମବାର ଦିନ ରାଜଧାନୀର ବିଭିନ୍ନ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ସୋମବାର ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ସାଢ଼େ ୨ଟା ମଧ୍ୟରେ ରାଜଧାନୀରେ ୧୦.୨ ମିମି ବର୍ଷା ହୋଇଯାଇଛି। ଆଜି ମଧ୍ୟ ରାଜଧାନୀର ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ବି ରହିଛି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031