Indus Valley Times

ବୁଧବାରଠୁ ରାଜ୍ୟରେ ବର୍ଷା, ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗର ଆଲର୍ଟ

 Breaking News

ବୁଧବାରଠୁ ରାଜ୍ୟରେ ବର୍ଷା, ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗର ଆଲର୍ଟ

ବୁଧବାରଠୁ ରାଜ୍ୟରେ ବର୍ଷା, ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗର ଆଲର୍ଟ
February 19
09:58 2025

ଭୁବନେଶ୍ୱର,୧୯/୨:ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି।
ବୁଧବାର ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇପାରେ। ଗୁରୁବାର ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝରଗଡ଼, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା ଆଦି ଜିଲାରେ ବିଜୁଳି ଓ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ।
ଏଥିପାଇଁ ସମ୍ପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୦ ଓ ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝରଗଡ଼, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ାର ସହ ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ୨୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ିର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31