Indus Valley Times

ମୁଖ୍ୟମନ୍ତ୍ରୀଙ୍କ ତାଗିଦ- ରାତି ଅଧରେ ବି ମହିଳାଙ୍କ ଅଭିଯୋଗ ଶୁଣ, ମାମଲା ଦାଏର କର

 Breaking News

ମୁଖ୍ୟମନ୍ତ୍ରୀଙ୍କ ତାଗିଦ- ରାତି ଅଧରେ ବି ମହିଳାଙ୍କ ଅଭିଯୋଗ ଶୁଣ, ମାମଲା ଦାଏର କର

ମୁଖ୍ୟମନ୍ତ୍ରୀଙ୍କ ତାଗିଦ- ରାତି ଅଧରେ ବି ମହିଳାଙ୍କ ଅଭିଯୋଗ ଶୁଣ, ମାମଲା ଦାଏର କର
September 28
18:15 2024

ଭୁବନେଶ୍ୱର,୨୮/୯: ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି।
ସେ କହିଛନ୍ତି, ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ବିଗତ ୨୨ ବର୍ଷ ଓଡ଼ିଶା ପାଇଁ ବିରାଟ କାଳଖଣ୍ଡ ଥିଲା। ୨୦୨୨ ପର‌୍ୟ୍ୟନ୍ତ ମହିଳା ବିରୋଧୀ ହିଂସା ଦଣ୍ଡହାର ମାତ୍ର ୯.୭୩%। ଯାହା ଅତ୍ୟନ୍ତ ନୈରାଶ୍ୟଜନକ, ଆମ ସରକାର ଏହାକୁ ବରଦାସ୍ତ କରିବନି।
ସପ୍ତାହେ ଭିତରେ ଏସ୍‌ପିମାନେ ଏ ସମ୍ପର୍କିତ ପେଣ୍ଡିଂ ମାମଲା ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଧୈର୍ଯ୍ୟର ସହ ଶୁଣନ୍ତୁ। ଯେତେବେଳେ ଆସିବେ ଶୁଣନ୍ତୁ, ରାତି ୨ରେ ଆସିଲେ ବି ଶୁଣିବେ। ପୋଲିସ ଲୋକଙ୍କ ବନ୍ଧୁ ବୋଲି ଜନସଚେତନତା ଜରିଆରେ ଜଣାନ୍ତୁ।
ପ୍ରତି ପୋଲିସ ପାଖରେ ବାଇକ୍ ରହିବ। ଥାନାରେ ୨ଟି ଜିପ୍ ରହିବ। କାର‌୍ୟ୍ୟକୁ ସହଜ ଏବଂ ସରଳ କରିବା ପାଇଁ ସରକାର ଏପରି ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ଓଡ୍ରାଫ୍ ଟିମ୍ ମଧ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଥାନାରେ ଥିବା ମହିଳା ଓ ଶିଶୁ ଡେସ୍କକୁ ଅଧିକ କାର‌୍ୟ୍ୟଶୀଳ କରାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930