Indus Valley Times

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରଥଯାତ୍ରା ପାଇଁ ଦୁଇ ଦିନ ଛୁଟି

 Breaking News

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରଥଯାତ୍ରା ପାଇଁ ଦୁଇ ଦିନ ଛୁଟି

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରଥଯାତ୍ରା ପାଇଁ ଦୁଇ ଦିନ ଛୁଟି
July 02
17:21 2024

ପୁରୀ,୨/୭: ରଥଯାତ୍ରା-୨୦୨୪ ପାଇଁ ୨ ଦିନ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇଦିନ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଥିବାରୁ ଜୁଲାଇ ୮ ତାରିଖକୁ ଛୁଟି ଘୋଷଣା କରବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ଆଜିର ରଥଯାତ୍ରା ସମନ୍ବୟ ବୈଠକ ମଞ୍ଚରୁ ନିର୍ଦ୍ଦେଶ ଦେଇଛନ୍ତି।
ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଏଥର ରଥଯାତ୍ରା ସଫଳ କରିବାକୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଏନେଇ ସେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।
ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତବର୍ଷ ବିରଳ ଓ ଅଦ୍ଭୁତ ରଥଯାତ୍ରା ହେବାକୁ ଯାଉଛି । ଦୀର୍ଘ ୫୩ ବର୍ଷ ପରେ ଚଳିତ ବର୍ଷ ବିରଳ ରଥଯାତ୍ରା ହେବାକୁ ଯାଉଛି। ନୂଆ ସରକାରରେ ଏଭଳି ସୁଯୋଗ ଆସିବା ଆମର ଭାଗ୍ୟ। ଚଳିତବର୍ଷ ୨ ଦିନରେ ରଥଯାତ୍ରା ସମାପନ ହେବ ।
ତେଣୁ ସରକାରୀସ୍ତରରେ ଯେଉଁ ଗୋଟିଏ ଦିନର ଛୁଟି ଥିଲା ତାହାକୁ ଆଉ ଗୋଟିଏ ଦିନ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଛି । ରଥଯାତ୍ରା ଯେପରି ସୁରୁଖୁରରେ ସମାପନ ହେବ ସେଥିପାଇଁ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରଥଯାତ୍ରା ଦେଖିବା ସହ ରଥ ଟାଣିବାକୁ ଇଚ୍ଛା ପ୍ରକାଶ କରିଛନ୍ତି । ତେଣୁ ଏହା ବେଶ ଖୁସି ଓ ଗୌରବର କଥା । ଏହି ବିରଳ ରଥଯାତ୍ରାକୁ ସଫଳ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ୨ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବାଣିଜ୍ୟ ମନ୍ତ୍ରୀ ବିଭୂତି ଜେନା ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ। ପୁଲିସ ଡିଜି ଓ ବିଭିନ୍ନ ବିଭାଗର ଅଧିକାରୀ ବି ବୈଠକରେ ସାମିଲ ହୋଇଥିଲେ। ଶୃଙ୍ଖଳିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ଆଦି ବିଭିନ୍ନ ପ୍ରସଙ୍ଗରେ ଏଥିରେ ଆଲୋଚନା ହୋଇଛି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31