Indus Valley Times

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ଉପରେ, ୬୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ

 Breaking News

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ଉପରେ, ୬୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ଉପରେ, ୬୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ
October 12
10:56 2022

ଭୁବନେଶ୍ବର, ୧୨/୧୦: ବୁଧବାର ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ଉପରେ ରହିଛି। ଗତକାଲି ୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୬୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୦ଟି ଜିଲ୍ଲାରୁ ୧୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୧, ବରଗଡ଼ରୁ ୬, ଭଦ୍ରକରୁ ୧, ବଲାଙ୍ଗୀରରୁ ୧, କଟକରୁ ୧୦ ଜଣ, ଦେବଗଡ଼ରୁ ୧, ଗଞ୍ଜାମରୁ ୧, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧ ଜଣ, କଳାହାଣ୍ଡିରୁ ୨, କନ୍ଧମାଳରୁ ୨, କେଉଁଝରରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୨୦, କୋରାପୁଟରୁ ୧, ମୟୁରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୩, ନୂଆପଡ଼ାରୁ ୬, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୧୭ ଜଣ ଓ ଷ୍ଟେଟପୁଲରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୫, ୧୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୫, ୩୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୮୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031