Indus Valley Times

ରାଜ୍ୟରେ ସ୍ଥାପନ ହେବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

 Breaking News

ରାଜ୍ୟରେ ସ୍ଥାପନ ହେବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

December 07
22:39 2024

ଭୁବନେଶ୍ୱର, ୭/୧୨ : ଓଡିଶାରେ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରୀୟ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଦେଶର ଶିକ୍ଷା ବ୍ୟବସ୍ଥା ସୁଦୃଢ ହେଉଛି। ଏହି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଗୁଡିକ ଦ୍ୱାରା ଓଡିଶାର ଆହୁରି ଅନେକ ଛାତ୍ରଛାତ୍ରୀ ଗୁଣାତ୍ମକ ଶିକ୍ଷା ଲାଭ କରି ନିଜ ପ୍ରତିଭାର ବିକାଶ କରିବା ସହିତ ଦେଶର ବିକାଶରେ ଯୋଗଦାନ ରଖିବାର ସାମର୍ଥ୍ୟ ହାସଲ କରିପାରିବେ । ପ୍ରଧାନମନ୍ତ୍ରୀଙ୍କ ମାର୍ଗ ଦର୍ଶନରେ ନୂତନ ଶିକ୍ଷା ନୀତି- ୨୦୨୦ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରତିଭାର ବିକାଶ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିଛି ।
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି । ଓଡିଶାରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ମନ୍ତ୍ରୀ ସ୍ୱତନ୍ତ୍ର ଧ୍ୟାନ ରଖିଛନ୍ତି । ଜାତୀୟ ଶିକ୍ଷା ନୀତି ଆଧାରରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ମନ୍ତ୍ରୀ ସଫଳତାର ସହ ପଦକ୍ଷେପ ନେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଗତକାଲି କେନ୍ଦ୍ର କ୍ୟାବିନେଟ ରାଜ୍ୟର କୁଚିଣ୍ଡା, ତାଳଚେର, ଆଠମଲ୍ଲିକ, କାମାକ୍ଷାନଗର, ଆଇ.ଟି.ବି.ପି. ଖୋର୍ଦ୍ଧା, ଜୟପୁର, ଟିଟିଲାଗଡ ଓ ପାଟଣାଗଡରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ କରାଯିବ ବୋଲି ପ୍ରସ୍ତାବକୁ ଅନୁମୋଦନ ମିଳିଛି ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31