Indus Valley Times

ରାତି ପାହିଲେ ବଡ଼ଦିନ, ଉତ୍ସବ ପାଳନ ପାଇଁ କନ୍ଧମାଳ ରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

 Breaking News

ରାତି ପାହିଲେ ବଡ଼ଦିନ, ଉତ୍ସବ ପାଳନ ପାଇଁ କନ୍ଧମାଳ ରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

December 24
20:29 2023

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
କନ୍ଧମାଳ,୨୪/୧୨: ରାତି ପାହିଲେ ବଡ ଦିନ। ଏହାକୁ ଧୁମଧାମରେ ପାଳନ କରିବା ପାଇଁ ଚାଲିଛି ବିଭିନ୍ନ ସ୍ଥାନରେ ପ୍ରସ୍ତୁତି। ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଧରାବତରଣ ପୂର୍ବରୁ ଖ୍ରୀଷ୍ଟ ଧର୍ମୀଙ୍କ ଦ୍ୱାରା ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର‌୍ୟ୍ୟାୟରେ ପହଞ୍ଚିଛି। କନ୍ଧମାଳ ଜିଲ୍ଲାର ପ୍ରତ୍ୟେକ ଚର୍ଚ୍ଚ ଆଗରେ ପୁଲିସ ମୁତୟନ କରାଯାଇଛି। ଭିଡ଼କୁ ଦୃଷ୍ଟିରେ ରଖି ଟ୍ରାଫିକ ବ୍ୟବସ୍ଥା ଉପରେ ମଧ୍ୟ କଡା ନଜର ରଖାଯାଇଛି।
ବଡ଼ଦିନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସନ୍ଧ୍ୟାରେ ଚର୍ଚ୍ଚରେ କ୍ୟାଣ୍ଡେଲ ଜାଳି ସମୂହ ପ୍ରାର୍ଥନା କରିବା ସହ ଚର୍ଚ୍ଚର ପାଳକ ଓ ଖ୍ରୀଷ୍ଟୟ ଉଦଯୋଗୀ ସମିତିର ସଦସ୍ୟମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କରିଛନ୍ତି । ବିଶ୍ୱାସ ଅନୁସାରେ ଠିକ ମଧ୍ୟରାତ୍ରିରେ ପ୍ରତୀକଧର୍ମୀ ଗୁହାଳ ଭିତରେ ମଦର ମେରିଙ୍କ ଗର୍ଭରୁ ଜନ୍ମ ଗ୍ରହଣ କରିବେ ପ୍ରଭୁ ଯୀଶୁ । ଏହା ପରେ ଆରମ୍ଭ ହେବ ବଡ଼ ଦିନ ପାଇଁ ଶୁଭେଚ୍ଛାର ପର୍ବ ।
କନ୍ଧମାଳ ଜିଲ୍ଲାର ବିଭିନ୍ନ ଚର୍ଚ୍ଚ ରେ ଏକ ନିଆରା ଭାବେରେ ତିଆରି ହୋଇଛି ସାନ୍ତାକ୍ଲଜ କ୍ଷ ବଡ଼ଦିନ ପାଳନ ଏବଂ ଜିରୋ ନାଇଟ ସେଲିବ୍ରେସନ ପାଇଁ କନ୍ଧମାଳ ଜିଲ୍ଲା ସମେତ ବାଲିଗୁଡା ପୁଲିସର ବ୍ୟାପକ ପ୍ରସ୍ତୁତି କରାଯାଇଛି ବୋଲି ବାଲିଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031