Indus Valley Times

ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ : ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ଓ ଛାତ୍ରଛାତ୍ରୀ

 Breaking News

ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ : ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ଓ ଛାତ୍ରଛାତ୍ରୀ

August 16
20:40 2024

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡ଼ା, ୧୬/୮: ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ। ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ ।
ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ.ନୁଆଗାଁ ବ୍ଲକ୍ ଅନ୍ତର୍ଗତ ମହାସିଙ୍ଗି ପଞ୍ଚାୟତର ଗୁମାପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।
ସୂଚନା ପ୍ରକାରେ ଗୁମାପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ୧୦୮ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିବା ବେଳେ ଅଛନ୍ତି ମାତ୍ର ଦୁଇ ଜଣ ଶିକ୍ଷକ ।
ସେହି ଦୁଇ ଜଣ ଶିକ୍ଷକ ମଧ୍ୟ ନିୟମିତ ଆସୁନଥିବା ଅଭିଯୋଗ ହୋଇଛି । ପ୍ରାୟ ଦୁଇ ବର୍ଷ ହେବ ବିଦ୍ୟାଳୟରେ ଏଭଳି ସମସ୍ୟା ଲାଗିରହିଥିବା ବେଳେ ଏନେଇ ବାରମ୍ବାର ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରାଜନ୍ତ ପାତ୍ର ଓ ଗ୍ରାମବାସୀ କ.ନୁଆଗାଁ ଗୋଷ୍ଠୀ ଶିକ୍ଷାଧିକାରୀ ଓ ବିଡ଼ିଓଙ୍କୁ ଜଣାଇଥିଲେ ମଧ୍ୟ ଏଯାବତ୍ କୌଣସି ସୁଫଳ ମିଳିଲା ନାହଁ ।
ଯାହା ଫଳରେ ପିଲାଙ୍କ ଭବିଷ୍ୟତ ଅନିଶ୍ଚିତତା ମଧ୍ୟରେ ଗତିକରୁଛି । ଏଣୁ ଶୁକ୍ରବାର ସକାଳୁ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଛୁ । ଯେପର୍ଯ୍ୟନ୍ତ ସ୍କୁଲରେ ଆବଶ୍ୟକ ଅନୁଯାୟୀ ଶିକ୍ଷକ ଦିଆନଯାଇଛି ସେପର‌୍ୟ୍ୟନ୍ତ ଆମେ ଏମିତି ଧାରଣାରେ ବସି ରହିବୁ ବୋଲି କହିଛନ୍ତି ଅଭିଭାବକ ଓ ଅଞ୍ଚଳବାସୀ ।
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୮ ତମ ସ୍ୱାଧୀନତା ଦିବସ ପାଳନ
ବାଲିଗୁଡା,୧୬/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୮ ତମ ସ୍ୱାଧୀନତା ଦିବସ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ପାଳନ ହୋଇଯାଇଛି ।
ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା । ସକାଳ ୭ ଘଣ୍ଟ ସମୟରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା ।
ପରେ ପରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଜାତୀୟ ପିତା ମହାତ୍ମା ଗାନ୍ଧୀ ଓ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା ।
ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ଉପ ଜିଲ୍ଲାପାଳ ତଥା ଉତ୍ସବ ପାଳନ କମିଟିର ସଭାପତି ଡଃ.ରୀନା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରି ଦେଶ ସ୍ଵାଧୀନ ପାଇଁ ଶହୀଦ୍ ହୋଇଥିବା ସ୍ଵାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଜାତି ଉଦ୍ଦେଶ୍ୟରେ ରେ ଅଭିଭାଷଣ ପ୍ରଦାନ କରିଥିଲେ ।
ପରେ ପରେ ବିଭିନ୍ନ ପେରେଡ ଓ ପ୍ରତିଯୋଗିତାରେ କୃତକାର‌୍ୟ୍ୟ କରିଥିବା ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା ।
ମଧ୍ୟାହ୍ନରେ ଉପଖଣ୍ଡ ଚିକିତ୍ସାଳୟ ଠାରେ ଅନ୍ତଃରୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଫଳ ବଣ୍ଟନ, ସ୍ଥାନୀୟ କାରାଗାରର ଅନ୍ତେବାସୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମିଷ୍ଟାନ୍ନ ବଣ୍ଟନ ଓ ବନବାସୀ ସେବା ସମିତି ର ଅନ୍ତେବାସୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ଫଳ ବଣ୍ଟନ କରାଯାଇଥିଲା । ଅପରାହ୍ନରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ଉପଖଣ୍ଡ ପ୍ରଶାସନ ବନାମ ସାଧାରଣ ଜନତା ଙ୍କ ମଧ୍ୟରେ ଏକ ପ୍ରଦର୍ଶନୀ ଫୁଟବଲ୍ ମ୍ୟାଚ୍ ଆୟୋଜିତ ହେବା ପରେ ପରେ ସ୍ଵାଧୀନତା କପ୍ ଫୁଟବଲ୍ ଚାମ୍ପିୟାନ୍ ସିପ୍‌ର ଫାଇନାଲ୍ ମ୍ୟାଚ୍ ମଧ୍ୟ ଅନୁଷ୍ଠିତ ହୋଇଥିଲା ।
ସନ୍ଧ୍ୟାରେ ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବନ୍ଧୁ ମିଳନ କାର‌୍ୟ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିଲା ।
ଏହି ସମସ୍ତ ଉତ୍ସବରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ତଥା ଉପଖଣ୍ଡ ଉତ୍ସବ ପାଳନ କମିଟିର ସମ୍ପାଦକ ଧିରଜ କୁମାର ପାତ୍ର ପରିଚାଳନା କରିଥିବା ବେଳେ ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମି ରଞ୍ଜନ ମହାରଣା, ତୀର୍ଥବାସୀ ଘଡେ଼ଇ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31