Indus Valley Times

ସ୍କୁଲ କଲେଜ ଛାତ୍ରଛାତ୍ରୀ ଓ ଯୁବବର୍ଗଙ୍କୁ ସନ୍ତରଣ ଦକ୍ଷତା ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଶୁଭାରମ୍ଭ

 Breaking News

ସ୍କୁଲ କଲେଜ ଛାତ୍ରଛାତ୍ରୀ ଓ ଯୁବବର୍ଗଙ୍କୁ ସନ୍ତରଣ ଦକ୍ଷତା ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଶୁଭାରମ୍ଭ

ସ୍କୁଲ କଲେଜ ଛାତ୍ରଛାତ୍ରୀ ଓ ଯୁବବର୍ଗଙ୍କୁ ସନ୍ତରଣ ଦକ୍ଷତା ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଶୁଭାରମ୍ଭ
June 02
20:34 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୨/୬ : (ସୋମବାର )ସକାଳ ୮ ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କର୍ତୃପକ୍ଷଙ୍କ ପକ୍ଷରୁ ସ୍କୁଲ କଲେଜ ଛାତ୍ରଛାତ୍ରୀ ଓ ଯୁବ ବର୍ଗଙ୍କ ପାଇଁ ସନ୍ତରଣ ଦକ୍ଷତା ବୃଦ୍ଧି ସମ୍ପର୍କିତ ଏକ ପ୍ରଶିକ୍ଷଣ ଶିବିର ର ଶୁଭାରମ୍ଭ ହୋଇଯାଇଛି ।
ମୁଖ୍ୟ ଅତିଥି ଭାବେ ଜ଼ିଲ୍ଲାପାଳ, ବୌଦ୍ଧ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିବା ବେଳେ ସମ୍ମାନୀତ ଅତିଥି ଭାବରେ ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜ଼ିଲ୍ଲା ପରିଷଦ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ -ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ, ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ ଙ୍କ ସମେତ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।
ବନ୍ୟା ଭଳି ପ୍ରାକ୍ରୁତିକ ବିପର୍ଯ୍ୟୟ ସମୟରେ ଉକ୍ତ ପ୍ରଶିକ୍ଷାର୍ଥୀ ମାନେ ସାଧାରଣ ଲୋକଙ୍କ ଧନ,ଜୀବନ ର ସୁରକ୍ଷା ଓ ଉଦ୍ଧାର କାର୍ଯ୍ୟ କରିବା ସହ ନିଜକୁ ରକ୍ଷା କରିବାର କୌଶଳ ଶିଖିବା ଏହି କାର୍ଯ୍ୟକ୍ରମ ର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଅତିଥି ମାନେ ବକ୍ତବ୍ୟ ପ୍ରଦାନ କରିଥିଲେ ।
ସଭା ଆରମ୍ଭ ରେ ସହକାରୀ ଜ଼ିଲ୍ଲାପାଳ ତଥା ଜ଼ିଲ୍ଲା ଜରୁରୀ କାଳୀନ ଅଧିକାରୀ ସୁଧର୍ମା ମଲ୍ଲିକ ସମସ୍ତଙ୍କୁ ସ୍ୱାଗତ କରି ଏହି ତାଲିମ ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ଏବଂ କାର୍ଯ୍ୟକ୍ରମ ଶେଷରେ ଧନ୍ୟବାଦ ଜ୍ଞାପନ କରିଥିଲେ ।
ଓଡ୍ରାଫ ର ରାଜୀବ ଭଷ୍ଟ ସାୟର ଏହି ତାଲିମ ଉପରେ ଯୁବ ବର୍ଗ ଙ୍କୁ ପୁଙ୍ଖାନୁପୁଙ୍ଖ ବୁଝାଇଥିଲେ ।
ଏହି କାର୍ଯ୍ୟକ୍ରମ ରେ ୫ ତମ ଆଇ ଆର ବି, ବଲାସିଂଘା ର ସମସ୍ତ ଓଡ୍ରାଫ ଟିମ ଉପସ୍ଥିତ ତାଲିମ ପ୍ରଦାନ କରିଥିଲେ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଙ୍କ ଜ଼ିଲ୍ଲା ପ୍ରକଳ୍ପ ସଂଯୋଜକ ସଞ୍ଜୟ ଝା, ଜ଼ିଲ୍ଲା ଜରୁରୀ କାଳୀନ ଶାଖା ବରିଷ୍ଠ ରାଜସ୍ବ ସହାୟକ ସୁନୀଲ ବେହେରା, କନିଷ୍ଠ ରାଜସ୍ବ ସହାୟକ ଏବଂ ଜ଼ିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନେ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31