Indus Valley Times

୮୦ ବର୍ଷରେ ପାଦ ଥାପିଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ

 Breaking News

୮୦ ବର୍ଷରେ ପାଦ ଥାପିଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ

୮୦ ବର୍ଷରେ ପାଦ ଥାପିଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ
October 16
13:28 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ଭୁବନେଶ୍ବର ୧୬/୧୦: ୮୦ ବର୍ଷରେ ପାଦ ଥାପିଲେ ନବୀନ ପଟ୍ଟନାୟକ । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୮୦ ବର୍ଷରେ ପାଦ ଥାପିଛନ୍ତି । ୧୯୪୬ ମସିହା ଅକ୍ଟୋବର ୧୬ ତାରିଖରେ ନବୀନ ପଟ୍ଟନାୟକ କଟକ ଠାରେ ଜନ୍ମଗ୍ରହଣ କରିଥିଲେ ।
ବାପା ବିଜୟାନନ୍ଦ ପଟ୍ଟନାୟକ, ମାଆ ଜ୍ଞାନ ପଟ୍ଟନାୟକଙ୍କ କୋଳମଣ୍ଡନ କରିଥିଲେ ନବୀନ । ବାପା ଜନନାୟକ ତଥା ପ୍ରବାଦ ପୁରୁଷ ଭାବରେ ପରିଚିତ ବିଜୁ ପଟ୍ଟନାୟକ ଓ ମାଆ ଜ୍ଞାନ ପଟ୍ଟନାୟକଙ୍କ ସାନ ପୁଅ ହେଉଛନ୍ତି ନବୀନ ।
କଟକ ଆନନ୍ଦ ଭବନରେ ଜନ୍ମ ଗ୍ରହଣ କରିଥିବା ନବୀନ ଦେଶ ବିଦେଶର ସୁନାମଧନ୍ୟ ଶିକ୍ଷାନୁଷ୍ଠାନରେ ପାଠ ପଢିଛନ୍ତି । କଲେଜ ଜୀବନରେ ନବୀନ ରାଜନୀତିଠୁ ଦୂରରେ ଥିଲେ । ବିଜୁ ବାବୁଙ୍କ ଦେହାନ୍ତ ପରେ ପୂର୍ବତନ ଜନତା ଦଳର କିଛି ନେତାଙ୍କ ନେତୃତ୍ବ ନେଇ ରାଜନୀତିରେ ପାଦ ଥାପିଥିଲେ ନବୀନ ପଟ୍ଟନାୟକ ।
୧୯୯୭ ଡିସେମ୍ବରରେ ଏକ ଆଞ୍ଚଳିକ ଦଳ ଭାବେ ମୁଣ୍ଡ ଟେକିଲା ବିଜୁ ଜନତା ଦଳ । ୧୯୯୮ ଓ ୧୯୯୯ରେ ବିଜେଡିରୁ ଦୁଇ ଦୁଇ ଥର ଲୋକସଭା ନିର୍ବାଚନ ଜିତି କେନ୍ଦ୍ରରେ ମନ୍ତ୍ରୀ ହେଲେ ନବୀନ । ସେବେଠୁ ନବୀନ ହୋଇଯାଇଥିଲେ ଓଡ଼ିଶା ରାଜନୀତିର ଅପ୍ରତିଦ୍ବନ୍ଦ୍ବୀ ଜନନାୟକ ।
ସେ କ୍ରମାଗତ ଭାବେ ୫ ଥର ନିର୍ବାଚିତ ହୋଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୨୦୨୪ ପର‌୍ୟ୍ୟନ୍ତ କାର‌୍ୟ୍ୟଭାର ତୁଲାଉଥିଲେ । ବିଜେଡି ସରକାରରୁ ଯିବା ପରେ ବର୍ତ୍ତମାନ ସେ ବିରୋଧୀ ଦଳ ନେତା ଭାବରେ ଦ୍ବାୟିତ୍ବରେ ଅଛନ୍ତି ।
ଲଗାତାର ୨୪ ବର୍ଷ ଧରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଲୋକଙ୍କର ସେବା କରିଆସିଛନ୍ତି । ୨୪ ବର୍ଷରୁ ଅଧିକ ସମୟ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ଏକ ସ୍ୱତନ୍ତ୍ର ରେକର୍ଡ ସୃଷ୍ଟି କରିଛନ୍ତି । ସେ ବର୍ତ୍ତମାନ ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ଭାବେ କାର‌୍ୟ୍ୟ କରୁଛନ୍ତି । ନବୀନଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଅନେକ ବିଶିଷ୍ଟ ରାଜନେତା ଓ ଶୁଭେଚ୍ଛୁ ତାଙ୍କୁ ଦୀର୍ଘାୟୁ ଏବଂ ସୁସ୍ଥ ଜୀବନ କାମନା କରି ଶୁଭେଚ୍ଛା ଜଣାଇଛନ୍ତି ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031