Indus Valley Times

ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ, ଚୀନର ଯେକୌଣସି ସ୍ଥାନକୁ ଟାର୍ଗେଟ କରିବାର ରଖିଛି କ୍ଷମତା

 Breaking News

ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ, ଚୀନର ଯେକୌଣସି ସ୍ଥାନକୁ ଟାର୍ଗେଟ କରିବାର ରଖିଛି କ୍ଷମତା

December 15
21:46 2022

ଭୁବନେଶ୍ୱର,୧୫/୧୨: ଇଣ୍ଟର କଣ୍ଟିନେଣ୍ଟାଲ ବାଲିଷ୍ଟିକ ମିସାଇଲ ଅଗ୍ନି-୫ର ରାତ୍ରୀ କାଳୀନ ବ୍ୟବହାରିକ ପରୀକ୍ଷଣ ଗୁରୁବାର କରାଯାଇଛି। ଅବଦୁଲ କଲାମ ଦ୍ୱୀପରୁ ଅପରାହ୍ଣ ପ୍ରାୟ ୫ଟା ୪୦ରେ ଏହି ପରୀକ୍ଷଣ କରାଯାଇଛି। ଏହା ସଫଳ ହୋଇଛି ବୋଲି ମଧ୍ୟ ଜଣାଯାଇଛି।
ଏହି ମିସାଇଲର ଲକ୍ଷ୍ୟଭେଦ କ୍ଷମତା ହେଉଛି ୫,୫୦୦ କିଲୋମିଟର। ଏହା ବେଶ୍ ସହଜରେ ଚୀନ୍କୁ ଟାର୍ଗେଟ କରିପାରିବ। ଏହି ମିସାଇଲ ଦେଢ଼ ଟନ୍ ଆଣବିକ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରଖେ। ଏହାର ଲମ୍ବ ସାଢ଼େ ୧୦ ମିଟର ଓ ଏହାର ଓସାର ଦେଢ଼ ମିଟର।
ଅଗ୍ନି-୫ ହେଉଛି ଇଣ୍ଟର କଣ୍ଟିନେଣ୍ଟାଲ ବାଲିଷ୍ଟିକ ମିସାଇଲ ଗ୍ରୁପ୍ରର ଏକ ଅତ୍ୟାଧୁନିକ ମିସାଇଲ୍। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ଏହି ଦୂରଗାମୀ କ୍ଷେପଣାସ୍ତ୍ର ପରୀକ୍ଷା କରି ଭାରତ ବିଶ୍ୱର ଏଲିଟ୍ ଗ୍ରୁପରେ ସାମିଲ ହୋଇସାରିଛି।
ନିକଟରେ ଅରୁଣାଚଳ ପ୍ରଦେଶ ସୀମାରେ ଚୀନ୍ ସେନା ସହ ସଂଘର୍ଷ ପରେ ଅଗ୍ନି-୫ ମିସାଇଲର ପରୀକ୍ଷା କରି ଶକ୍ତି ଦେଖାଇଛି ଭାରତ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031