Indus Valley Times

ଅଟଳ ବିହାରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

 Breaking News

ଅଟଳ ବିହାରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

August 16
12:41 2024

ନୂଆଦିଲ୍ଲୀ, ୧୬/୮: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଷଷ୍ଠତମ ମୃତ୍ୟୁ ବାର୍ଷିକୀ ଅବସରରେ ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଦୈବ ଅଟଳରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ମନୋହର ଲାଲ ଖଟ୍ଟର ଏବଂ ଲୋକସଭା ବାଚସ୍ପତି ଓମ ବିର୍ଲା ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଅଟଳ ବିହାରୀ ବାଜପେୟୀଙ୍କ ପୋଷ୍ୟ କନ୍ୟା ନମିତା କୌଲ୍ ଭଟ୍ଟାଚାର‌୍ୟ୍ୟ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ଅନ୍ୟ ଏନଡିଏ ନେତାମାନେ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସ୍ମରଣ କରି ଲେଖିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ସମ୍ମାନୀୟ ଅଟଳ ଜୀଙ୍କର ମୃତ୍ୟୁ ବାର୍ଷିକୀରେ ମୁଁ ତାଙ୍କୁ ହୃଦୟରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031