Legatus

ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି

 Breaking News

ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି

ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି
March 10
14:50 2024

ଭୁବନେଶ୍ୱର,୧୦/୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ସମସ୍ତ ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଏବଂ ମହିଳା କର୍ମଚାରୀମାନଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ପ୍ରଦାନ ନିମନ୍ତେ ଘୋଷଣା କରିଛନ୍ତି।
୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀ ଓ ସେମାନଙ୍କ ସଂଘ ପକ୍ଷରୁ ଏ ବିଷୟରେ ପ୍ରସ୍ତାବ ଆସିଥିଲା। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ଏହି ପ୍ରସ୍ତାବ ବିଷୟରେ ନିଷ୍ପତ୍ତି ନେଇଛନ୍ତି।
ଏହା ଦ୍ୱାରା ରାଜ୍ୟର ୨୫୬୦ ଉଚ୍ଚ ବିଦ୍ୟାଳୟ, ୯୪୦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ୩୯ ସଂସ୍କୃତ ଟୋଲ୍ ଏବଂ ୧୩୮ ମଦ୍ରାସାରେ କାର‌୍ୟ୍ୟରତ ପ୍ରାୟ ୩୩,୪୨୦ କର୍ମଚାରୀ (ଶିକ୍ଷକ ଓ ଅଣଶିକ୍ଷକ) ଉପକୃତ ହେବେ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31