Indus Valley Times

ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀ ଉଦଘାଟନ କଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା, ଦୁଇ ଦିନ ଧରି ଚାଲିବ ସମ୍ମିଳନୀ

 Breaking News

ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀ ଉଦଘାଟନ କଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା, ଦୁଇ ଦିନ ଧରି ଚାଲିବ ସମ୍ମିଳନୀ

ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀ ଉଦଘାଟନ କଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା, ଦୁଇ ଦିନ ଧରି ଚାଲିବ ସମ୍ମିଳନୀ
August 29
11:54 2025

ଭୁବନେଶ୍ୱର, ୨୯/୮ : ଆଜିଠାରୁ ଜାତୀୟ ଅନୁସୂଚିତ ଜାତି ଏବଂ ଜନଜାତି ସମ୍ମିଳନୀ ଆରମ୍ଭ ହେବାକୁ ଯାଉଛି । ଲୋକସଭା ବାଚସ୍ପତି ଓମ୍ ବିର୍ଲା ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିବେ ।
ବାଚସ୍ପତି ଭୁବନେଶ୍ୱରରେ ଶୁକ୍ରବାର ପହଁଚିବା ପରେ ସିଧାସଳଖ ଲୋକସେବା ଭବନ ଅଭିମୁଖେ ଯାଇଛନ୍ତି । ଲୋକସଭା ଭବନରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବା ସହିତ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି । ଏହା ପରେ ଓଡ଼ିଶା ବିଧାନ ସଭା ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଅନ୍ୟାନ୍ୟ ମନ୍ତ୍ରୀଗଣ ବାଚସ୍ପତିଙ୍କୁ ପାଚ୍ଛୋଟି ନେଇଛନ୍ତି ।
ଦୁଇ ଦିନିଆ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସଂସଦୀୟ ସମିତିର ଅଧ୍ୟକ୍ଷ ଡକ୍ଟର ଫଗନ ସିଂହ କୁଲସ୍ତେ କାର୍ଯ୍ୟକ୍ରମରେ ଯୋଗ ଦେବେ ।
ସଂସଦ ଏବଂ ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସମିତିର ଅଧ୍ୟକ୍ଷ ଏବଂ ସଦସ୍ୟଙ୍କ ସମେତ ୧୨୦ ରୁ ଅଧିକ ପ୍ରତିନିଧି ଅଂଶଗ୍ରହଣ କରିବେ ।
ମୋଟ ୨୦୦ ବିଶିଷ୍ଟ ବ୍ୟକ୍ତି ଏଥିରେ ଯୋଗ ଦେବେ । ଉଦଘାଟନୀ ଅଧିବେଶନରେ ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ସ୍ୱାଗତ ଭାଷଣ ଦେବେ ଏବଂ ଉପବାଚସ୍ପତି ଭବାନୀ ଶଙ୍କର ଭୋଇ ଧନ୍ୟବାଦ ଅର୍ପଣ କରିବେ ।
ସମ୍ମିଳନୀର ବିଷୟବସ୍ତୁ ରଖାଯାଇଛି, ‘‘ଅନୁସୂଚିତ ଜାତି ଏବଂ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ସଶକ୍ତିକରଣରେ ସଂସଦୀୟ ଏବଂ ବିଧାନସଭା ସମିତିଗୁଡ଼ିକର ଭୂମିକା’’।
ଏସିଏସଟିଙ୍କ ସଶକ୍ତିକରଣ ପାଇଁ ସାମ୍ବିଧାନିକ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା, ସାମାଜିକ-ଆର୍ଥିକ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ସର୍ବୋତ୍ତମ ଅଭ୍ୟାସଗୁଡ଼ିକୁ ବାଣ୍ଟିବା ଉପରେ ଆଲୋଚନା କରାଯିବ।
ଏହା ସହିତ ୨୦୪୭ ମସିହା ସୁଦ୍ଧା ଏକ ସମାବେଶୀ ବିକଶିତ ଭାରତ ଗଠନ ଲକ୍ଷ୍ୟ ହାସଲ କରିବା ପାଇଁ କଲ୍ୟାଣକାରୀ ନୀତିଗୁଡ଼ିକର କାର‌୍ୟ୍ୟକାରିତାରେ ଉତ୍ତରଦାୟିତ୍ୱ ସୁନିଶ୍ଚିତ କରିବାରେ ସଂସଦୀୟ ଏବଂ ରାଜ୍ୟ ବିଧାନସଭା କମିଟିଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରାଯିବ।
ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କର ପ୍ରଥମ ସମ୍ମିଳନୀ ୧୯୭୬ ମସିହାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଥିଲା। ପରବର୍ତ୍ତୀ ସମୟରେ ୧୯୭୯, ୧୯୮୩, ୧୯୮୭ ଏବଂ ୨୦୦୧ ମସିହାରେ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ଏବଂ ସାମ୍ବିଧାନିକ ସୁରକ୍ଷାର ବିଭିନ୍ନ ଦିଗ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏହି ସମ୍ମିଳନୀ ପ୍ରଥମ ଥର ପାଇଁ ଦିଲ୍ଲୀ ବାହାରେ ଅନୁଷ୍ଠିତ ହେଉଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031