Indus Valley Times

ଅପ୍ରେଲ୍ ୨ରୁ ସକାଳ ୭ଟାରୁ ୯ଟା ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଚାଲିବ: ରାଜସ୍ବ ମନ୍ତ୍ରୀ

 Breaking News

ଅପ୍ରେଲ୍ ୨ରୁ ସକାଳ ୭ଟାରୁ ୯ଟା ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଚାଲିବ: ରାଜସ୍ବ ମନ୍ତ୍ରୀ

ଅପ୍ରେଲ୍ ୨ରୁ ସକାଳ ୭ଟାରୁ ୯ଟା ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଚାଲିବ: ରାଜସ୍ବ ମନ୍ତ୍ରୀ
March 19
17:48 2025

ଭୁବନେଶ୍ୱର,୧୯/୩: ରାଜ୍ୟରେ ବଢୁଥିବା ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ଆସନ୍ତା ଏପ୍ରିଲ ୨ରୁ ଲାଗୁ ହେବ। ଏନେଇ ରାଜସ୍ବ ଓ ବିପର‌୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ତେବେ ଏ ପର‌୍ୟ୍ୟନ୍ତ ସମୟ ସାରଣୀ ପ୍ରକାଶ କରାଯାଇାନାହିଁ। ଏହି ସପ୍ତାହ ମଧ୍ୟରେ ନିର୍ଦ୍ଦିଷ୍ଟ ସମୟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ସନ୍ଧ୍ୟାରେ ଲୋକସେବା ଭବନଠାରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ନିଆଯାଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ ।
ବୈଠକରେ ସମସ୍ତ ଜିଲାପାଳ ଓ ଉପସ୍ଥିତ ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଗୁଆ ଆସିଛି । ରାଜ୍ୟର ଅନେକ ଜିଲାରେ ତାପମାତ୍ରା ଅଧିକ ରହୁଛି । ଯଦିଓ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଗାମୀ ଦିନରେ ତାପମାତ୍ରା କମିବ, ତେବେ ଆମକୁ ସତର୍କତା ଅବଲମ୍ବନ କରିବାକୁ ପଡିବ । ସରକାରୀ ସ୍ତରରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଯାହା ଝଙଚ ଜାରି କରାଯାଇଛି, ତାକୁ ଦୃଷ୍ଟିରେ ରଖି ଜିଲାପାଳମାନେ କାର‌୍ୟ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଆବଶ୍ୟକସ୍ଥଳେ ଝଙଚ ବାହାରେ ମଧ୍ୟ କାମ କରିବା ପାଇଁ ଜିଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ ।
ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ରଖି ସମସ୍ତେ କାର‌୍ୟ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ସେ କହିଥିଲେ, ଅଂଶୁଘାତର ମୁକାବିଲା ପାଇଁ ଛାଇ ଓ ପାଣି ହେଉଛି ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ସହରାଞ୍ଚଳରେ ଟ୍ରାଫିକ ଛକ ଏବଂ ଗ୍ରାମାଞ୍ଚଳରେ ବସ୍‌ଷ୍ଟାଣ୍ଡ ଗୁଡିକରେ ଛାଇ ପାଇଁ ଟେଣ୍ଟ ବ୍ୟବସ୍ଥା ଓ ଜଳଛତ୍ର ବ୍ୟବସ୍ଥା କରିବା ପାଇଁ ସମସ୍ତେ ଯତ୍ନବାନ ହେବା ପାଇଁ ସେ ପରାମର୍ଶ ଦେଇଥିଲେ । ବିଗତ ଦିନରେ ସଚେତନତାମୂଳକ ପ୍ରଚାର ପ୍ରସାର ଜରିଆରେ ଆମେ ସଫଳତା ପାଇଛୁ । ତେଣୁ ଅଂଶୁଘାତରୁ ରକ୍ଷା ପାଇବା ପାଇଁ ଟିଭି, ରେଡିଓ, ଖବରକାଗଜ ଓ ସାମାଜିକ ଗଣମାଧ୍ୟମ ଜରିଆରେ ବ୍ୟାପକ ପ୍ରଚାର ପ୍ରସାର ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031