Indus Valley Times

ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିବା ସହ ସ୍ମୃତି ଚାରଣ କଲେ ଦଶପଲ୍ଲା ବିଧାୟକ

 Breaking News

ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିବା ସହ ସ୍ମୃତି ଚାରଣ କଲେ ଦଶପଲ୍ଲା ବିଧାୟକ

October 01
14:00 2020

ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ
ନୂଆଗାଁ,୧୦/୧: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ମହିପୁର ଗ୍ରାମ ପଞ୍ଚାୟତ ର ଦୁଇ ଥର ସରପଞ୍ଚ ହୋଇଥିବା ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ବରିଷ୍ଠ ରାଜନୀତିଜ୍ଞ ତଥା ରାଜନୀତି ର ଚାଣକ୍ୟ ଗୋବିନ୍ଦ ଚନ୍ଦ୍ର ସାହୁ ଙ୍କ ଦ୍ୱାଦଶାହ ଉପଲକ୍ଷେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିବା ସହ ସ୍ମୃତି ଚାରଣ କରିଥିଲେ।ସ୍ବର୍ଗତ ଗୋବିନ୍ଦ ଚନ୍ଦ୍ର ସାହୁ ଙ୍କ ଦ୍ୱାଦଶାହ ଉପଲକ୍ଷେ ଶ୍ରଦ୍ଧାଞ୍ଜଳି କାର‌୍ୟ୍ୟକ୍ରମ ରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିବା ସହ ତାଙ୍କ ଅମର ଆତ୍ମା ର ସଦ୍ ଗତି ପାଇଁ ପ୍ରାର୍ଥନା କରିବା ସହିତ ପରିବାରକୁ ସମବେଦନା ଜଣାଇଥିଲେ। ପୂର୍ବତନ ସରପଞ୍ଚ ସ୍ବର୍ଗତ ଗୋବିନ୍ଦ ଚନ୍ଦ୍ର ସାହୁ କିପରି ପରୋପକାରୀ, ମେଳାପି, ଏବଂ ବରିଷ୍ଠ ରାଜନୀତିଜ୍ଞ ସହ ଅଞ୍ଚଳର ଉନ୍ନତି ପାଇଁ ପ୍ରଚେଷ୍ଟା ଜାରି ରଖିଥିଲେ ଆଦି ସ୍ମୃତି ଚାରଣ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା କହିଥିଲେ। ବିଧାୟକ ଙ୍କ ସହିତ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର‌୍ୟ୍ୟାମୀ ସ୍ୱାଇଁ,ଉପାଧ୍ୟକ୍ଷ ପୁଷ୍ପାଞ୍ଜଳି ସାହୁ,ବିଜେଡ଼ି ବ୍ଲକ୍ ସଭାପତି ସନାତନ ସାମଲ,ସ୍ଥାନୀୟ ସରପଞ୍ଚ, ପୂର୍ବତନ ସରପଂଚ ମୁରଲୀ ଜେନା,ସମିତି ସଭ୍ୟ ରମେଶ ଚନ୍ଦ୍ର ପ୍ରଧାନ,ପୂର୍ବତନ ସମିତି ସଭ୍ୟ ଦିଲ୍ଲୀପ କୁମାର ଦଳ ବେହେରା ଙ୍କ ସମେତ ବହୁ ବରିଷ୍ଠ ନେତୃବୃନ୍ଦ ଓ ସ୍ବର୍ଗତ ଗୋବିନ୍ଦ ଚନ୍ଦ୍ର ସାହୁ ଙ୍କ ତିନି ସୁପୁତ୍ର ଉପସ୍ଥିତ ରହି ସ୍ମୃତି ଚାରଣ କରିଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031