Indus Valley Times

ଅଷ୍ଟମ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା: ଢୋଲ, ବାଜା ବାଜଣା ନୃତ୍ୟ ଗୀତ ରେ କମ୍ପିଲା ଖଜୁରୀନାଳ

 Breaking News

ଅଷ୍ଟମ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା: ଢୋଲ, ବାଜା ବାଜଣା ନୃତ୍ୟ ଗୀତ ରେ କମ୍ପିଲା ଖଜୁରୀନାଳ

May 14
11:47 2025

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା, ୧୪/୫ : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।
ଏହି ଯାତ୍ରା ମଇ ୬ ତାରିଖରୁ ଆରମ୍ଭ ହୋଇ ଆଜି ଅଷ୍ଟମ ଦିନରେ ପହଞ୍ଚି ଥିବା ବେଳେ ମଙ୍ଗଳବାର ପଞ୍ଚମ ନଗର ଭ୍ରମଣ ଆରମ୍ଭ ହୋଇଥିଲା ।
ଏହା ଜୁନ ୫ ତାରିଖରେ ଶେଷ ହେବ । ଏକ ମାସ ବ୍ୟାପୀ ମା’ ଅସ୍ଥାୟୀ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ। ଏ ନେଇ ସମଗ୍ର ବାଲିଗୁଡା ସହର ଉତ୍ସବମୁଖର ହୋଇଉଠିଛି। ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ ବରାଳଦେବୀ, ମା’ ମହାମାୟୀ ଓ ମା’ ଦକ୍ଷିଣ କାଳୀ ବିରାଜ ମାନ ଅଛନ୍ତି । ପ୍ରତିଦିନ ସକାଳ ଓ ସନ୍ଧ୍ୟା କାଳୀନ ଆଳତୀ ସମୟରେ ଶହ ଶହ ଭକ୍ତଙ୍କ ସମାଗମ ହେଉଛି ।
ମଙ୍ଗଳବାର ଅଷ୍ଟମ ଦିନରେ ମା’ ଙ୍କ ଆଗମନ ସମଗ୍ର ଖଜୁରୀନାଳ ସାହିକୁ ପରିଭ୍ରମଣ କରି ଆସିଥିଲେ । ଏହି ଅବସରରେ ସନ୍ଧ୍ୟା ଆଳତୀ ପରେ ପରେ ଏକ ବିରାଟ ପଟୁଆର ରେ ବିଭିନ୍ନ ପ୍ରକାର ନୃତ୍ୟ, ଗୀତ ସହ ଢୋଲ, ମହୁରୀ ବାଜା ବଜାଇ ଅସ୍ଥାୟୀ ପୀଠ ଠାରୁ ବାହାରି ଗାନ୍ଧୀ ଛକ, ଉପଜିଲ୍ଲାପାଳ ବାସ ଭବନ, କଲ୍ୟାଣ ମଣ୍ଡପ ଛକ, ଇଲେକ୍ଟ୍ରି ସାହି, ଭଗମୁଣ୍ଡା ସାହି ଛକ, ବିଦ୍ୟୁତ ବିଭାଗ କାର୍ଯ୍ୟାଳୟ ଦେଇ ଖଜୁରୀନାଳ ସାହି ସ୍ଥିତ ଅସ୍ଥାୟୀ ପୂଜା ମଣ୍ଡପ ରେ ପହଞ୍ଚି ଥିଲେ ।
ଉକ୍ତ ପୂଜା ମଣ୍ଡପ ରେ ପହଞ୍ଚିବା ପରେ ସାହିର ସମସ୍ତ ଭକ୍ତ ବିଶେଷ କରି ମହିଳା ଭକ୍ତ ମାନେ ଉପସ୍ଥିତ ରହି ମା’ ଙ୍କ ଶୁଭାଶ୍ରିବାଦ ଭିକ୍ଷା କରିଥିଲେ ।
ଏକ ମାସ ଧରି ଚାଲିବାକୁ ଥିବା ଏହି ଯାତ୍ରା ଟାଉନର ଭିନ୍ନ ଭିନ୍ନ ସାହିରେ ପର୍ଦାର୍ପଣ କରିବେ । ବୁଧବାର ଦିନ ସ୍ଥାନୀୟ ଟାଉନର ଜକିସାହି ସ୍ଥିତ ରିଦ୍ଧି ସିଦ୍ଧି ପୂଜା କମିଟି ତରଫରୁ ମା’ ଙ୍କୁ ନିମନ୍ତ୍ରଣ କରି ଆଣୁ ଥିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଗୁରୁବାର ଦିନ ମା’ ଅସ୍ଥାୟୀ ମଣ୍ଡପ ରେ ସମ୍ପୂର୍ଣ୍ଣ ବିଶ୍ରାମ ନେଇ ଭକ୍ତ ଙ୍କୁ ଦିନ ତମାମ ଦର୍ଶନ ଦେବେ ।
ଏ ନେଇ ପ୍ରତ୍ୟେକ ସାହିରେ ଆକର୍ଷଣୀୟ ମେଢ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ଆକର୍ଷଣୀୟ ପୂଜା ମଣ୍ଡପ ସାଙ୍ଗକୁ ଅସ୍ଥାୟୀ ମଣ୍ଡପ ତୋରଣର ନିର୍ମାଣ କାର୍ଯ୍ୟ ଭକ୍ତଙ୍କୁ ବେଶ ଖୋରାକ ଯୋଗାଉଛି ।
ଠାକୁରାଣୀ ଯାତ୍ରା ଉପଲକ୍ଷେ ଚଳିତ ମାସ ୧୫ ତାରିଖ ଠାରୁ ଜୁନ ମାସ ୬ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ସି.ଟି.କଲେଜ ରୋଡ଼ ରେ ଥିବା ନୀଳଗିରି ଫାର୍ମ ନିକଟ ଯାତ୍ରା ପଡିଆ ରେ ମୀନାବଜାର, ଖାଦ୍ୟ ପସରା ଭଳି ବିଭିନ୍ନ ଆକର୍ଷଣୀୟ କାର୍ଯ୍ୟକ୍ରମ ମନ ମୋହିବା ସୁନିଶ୍ଚିତ ଥିବା ବେଳେ ମା’ଙ୍କ କୃପା ଭିକ୍ଷା ପାଇଁ ଶ୍ରଦ୍ଧାଳୁ ଉତ୍କଣ୍ଠାର ସହ ଅସ୍ଥାୟୀ ମଣ୍ଡପ କୁ ଆସି ଦର୍ଶନ କରୁଥିବା ଦେଖିବାକୁ ମିଳୁଛି ।
ଏଥିରେ ମା ‘ ପାଟଖଣ୍ଡା ଦୁର୍ଗାପୂଜା ସମିତିର ସମସ୍ତ ସଦସ୍ୟ ଙ୍କ ସମେତ ଏହି ଠାକୁରାଣୀ ଯାତ୍ରାର ଏକ ୫ଜଣିଆ କମିଟି ସଦସ୍ୟ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ପରିଚାଳନା କରୁଛନ୍ତି ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930