Indus Valley Times

ଆଉ ଏକ ବାତ୍ୟା ଭୟ, ଆସୁଛି ‘ଫେଙ୍ଗଲ’

 Breaking News

ଆଉ ଏକ ବାତ୍ୟା ଭୟ, ଆସୁଛି ‘ଫେଙ୍ଗଲ’

November 26
19:15 2024

ଭୁବନେଶ୍ୱର,୨୬/୧୧: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ ପରିଣତ ହୋଇଥିବା ଲଘୁଚାପ ବାତ୍ୟାରେ ପରିଣତ ହେବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।
ପାଣିପାଗ ବିଭାଗର ପୂର୍ବ ଆକଳନ ଅନୁସାରେ, ଦକ୍ଷିଣ ଦକ୍ଷିଣପୂର୍ବ ଚେନ୍ନାଇଠାରୁ ୭୭୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି ବାତ୍ୟା ଫେଙ୍ଗଲ। ବର୍ତ୍ତମାନ ଉତ୍ତର ଉତ୍ତରପଶ୍ଚିମ ଆଡ଼େ ଗତି କରୁଛି। ନଭେମ୍ବର ୨୭ ସୁଦ୍ଧା ବାତ୍ୟାର ରୂପ ନେଇପାରେ।
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ଆସନ୍ତାକାଲି ଅର୍ଥାତ ନଭେମ୍ବର ୨୭ ତାରିଖରେ ସୃଷ୍ଟି ହେବ ବାତ୍ୟା । ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଛି ଅବପାତ। ଏବେ ତାହା ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଏହା ଗତି କରୁଛି। ଯାହାକି ଆସନ୍ତାକାଲି ବାତ୍ୟାର ରୂପ ନେବ। ଏବେ ତାହା ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି। ଏବେ ଦକ୍ଷିଣ ଦକ୍ଷିଣପୂର୍ବ ଚେନ୍ନାଇ ଠାରୁ ୭୭୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି।
ତେବେ ବାତ୍ୟା ପ୍ରଭାବରେ ରାଜ୍ୟରେ ବଦଳିବ ପାଗ। ୨୮ ରୁ ରାଜ୍ୟରେ କୋହଲା ପାଗ । ୨୮ ତାରିଖରେ କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଜପତି, ଗଞ୍ଜାମରେ ହାଲୁକା ବର୍ଷା ହେବ। ନଭେମ୍ବର ୨୯ରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ ଓ ଗଜପତିରେ ହାଲୁକା ବର୍ଷା ହେବ। ଉପକୂଳ ସଂଲଗ୍ନ ଜିଲାରେ କୋହଲା ପାଗ ଦେଖିବାକୁ ମିଳିବ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଦିନର ତାପମାତ୍ରାରେ ହ୍ରାସ ଘଟିବ। ୩୦ ଓ ୩୧ ରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଏ ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930