Indus Valley Times

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷାର ସମ୍ଭାବନା : ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି

 Breaking News

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷାର ସମ୍ଭାବନା : ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷାର ସମ୍ଭାବନା : ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି
October 20
10:52 2025

ଭୁବନେଶ୍ୱର,୨୦/୧୦: ଆସୁଛି ଲଘୁଚାପ। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ।
ଆଜି ରାଜ୍ୟରେ ଜାରି ହୋଇପାରେ ପ୍ରବଳରୁ ଅତି ପ୍ରବଳ ବର୍ଷା। ତେଣୁ ଆଗାମୀ ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।
ଏପରିକି ଆସନ୍ତାକାଲି ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଏହା ୨୩ ତାରିଖରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ୩୦-୪୦ କିମି ବେଗରେ ପବନ ସମ୍ଭାବନା ଥିବା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, ରାୟଗଡ଼ା ଓ କୋରାପୁଟ ଜିଲାରେ ବଜ୍ରପାତ ସହ ଝଡ଼ପବନ ହୋଇପାରେ। ସେହିପରି ୨୧ ଅକ୍ଟୋବରରେ ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲାରେ ବଜ୍ରପାତ ସହ ଝଡ଼ପବନ ହୋଇପାରେ।
ତେବେ ଅକ୍ଟୋବର ଆଜି ଏବଂ ଆସନ୍ତକାଲି କଳାହାଣ୍ଡି ଓ କନ୍ଧମାଳ ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଥିବାବେଳେ ବଜ୍ରପାତ ସମୟରେ ଘରୁ ନ ବାହାରିବା ପାଇଁ ଅନୁରୋଧ କରିଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031