Indus Valley Times

ଆଗାମୀ ୨ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

 Breaking News

ଆଗାମୀ ୨ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

ଆଗାମୀ ୨ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ
February 23
09:36 2025

ଭୁବନେଶ୍ୱର, ୨୩/ ୨ : ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୨ଦିନ ଯାଏ ବର୍ଷା। ଆଗାମୀ ୨୪ ଘଣ୍ଟାରେ ୭ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର।
ସେହିପରି ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବୋହିବ। ତେବେ ଆଜି ପାଣିପାଗ କେନ୍ଦ୍ର ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର , ଝାରସୁଗୁଡ଼ା, ଢେଙ୍କାନାଳ ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।
ଏହାସହିତ ୨ଜିଲ୍ଲା ଗଜପତି ଓ ଗଞ୍ଜାମକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଗାମୀ ୪ରୁ ୫ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କିନ୍ତୁ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଥିବାରୁ ପାରଦ କମିବା ସହ ଥଣ୍ଡା ପରିମାଣ ବଢିବ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031