Indus Valley Times

ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ, ବନ୍ୟଜନ୍ତୁକୁ ଦେଖିବାର ସୁଯୋଗ ପାଇବେ ପର୍ଯ୍ୟଟକ

 Breaking News

ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ, ବନ୍ୟଜନ୍ତୁକୁ ଦେଖିବାର ସୁଯୋଗ ପାଇବେ ପର୍ଯ୍ୟଟକ

ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ, ବନ୍ୟଜନ୍ତୁକୁ ଦେଖିବାର ସୁଯୋଗ ପାଇବେ ପର୍ଯ୍ୟଟକ
October 14
10:16 2023

ଶିମିଳିପାଳ,୧୪/୧୦ : ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ଅନୁମତି ରହିଛି।ଯଶିପୁର
କାଳିଆଣି ଗେଟ୍ ଦେଇ ୩୫ଟି ଗାଡ଼ି ଏବଂ ବାରିପଦା ଲୁଲୁଙ୍ଗ ପଟୁ ୨୫ଟି ଗାଡ଼ିକୁ ପ୍ରବେଶ ଅନୁମତି ରହିଛି। ଏଥିପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ ପ୍ରକାର ବନ୍ଦୋବସ୍ତ କରିଛନ୍ତି।
ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ ଘୋଷଣା କରାଯାଇଛି। ସ୍ଥାନୀୟ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପକ୍ଷରୁ ପର୍ଯ୍ୟଟକ ମାନଙ୍କ ପାଇଁ
ରନ୍ଧା ଖାଦ୍ୟ ଯୋଗାଣର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ପର‌୍ୟ୍ୟଟକଙ୍କୁ ଖାଦ୍ୟର ମୂଲ୍ୟ ଦେବାକୁ ପଡ଼ିବ।
ଶିମିଳିପାଳର ଆୟତନ ୨୭ଶହ ୫୦ ବର୍ଗ କିମି ହୋଇଥିବା ବେଳେ,ଏହି ଜାତୀୟ ଉଦ୍ୟାନରେ ୧୦୭୬ ପ୍ରଜାତିର ସ୍ତନ୍ୟପାୟୀ, ୨୩୧ ପ୍ରଜାତିର ପକ୍ଷୀ ଓ ୨୯ ପ୍ରଜାତିର ସରୀସୃପଦେଖିବାକୁ ମିଳନ୍ତି। ଅଭୟାରଣ୍ୟରେ ଥିବା ସୁଉଚ୍ଚ ପର୍ବତମାଳା ଓ ଝରଣାର ମନୋରମ ପରିବେଶ ପର୍ଯ୍ୟଟକଙ୍କୁ ବେଶ ଆମୋଦିତ କରିଥାଏ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031