Indus Valley Times

ଆଜିଠୁ ବିଧାନସଭା; ଶପଥ ନେଲେ ନବନିର୍ବାଚିତ ବିଧାୟକ

 Breaking News

ଆଜିଠୁ ବିଧାନସଭା; ଶପଥ ନେଲେ ନବନିର୍ବାଚିତ ବିଧାୟକ

ଆଜିଠୁ ବିଧାନସଭା; ଶପଥ ନେଲେ ନବନିର୍ବାଚିତ ବିଧାୟକ
June 18
11:56 2024

ଭୁବନେଶ୍ବର, ୧୮/୬: ବିଧାନସଭାରେ ନବ ନିର୍ବାଚିତ ବିଧାୟକ ନେଇଛନ୍ତି ଶପଥ। ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ କରିଛନ୍ତି। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସମସ୍ତଙ୍କୁ ଶପଥପାଠ କରାଇଛନ୍ତି।
ସନ୍ଧ୍ୟା ୫ଟା ଯାଏ ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ । ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ କରାଯିବ। ଏହାପରେ ୨୦ରେ ରହିଛି ବାଚସ୍ପତି ନିର୍ବାଚନ। ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
ଏଣେ ତିନି ଦିନିଆ ଅଧିବେଶନ ପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କେବଳ ପାସଧାରୀ ବ୍ୟକ୍ତିଙ୍କୁ ବିଧାନସଭାକୁ ପ୍ରବେଶ ଅନୁମତି ଦିଆଯିବ। ସୁରକ୍ଷା ଦାୟିତ୍ୱରେ ୭୫ ପୁଲିସ ଅଧିକାରୀଙ୍କ ସହ ୮ ପ୍ଲାଟୁନ ପୁଲିସ ମୁତୟନ କରାଯାଇଛି। ନିଜେ ପୁଲିସ କମିଶନର ସୁରକ୍ଷା ଦାୟିତ୍ୱ ସମ୍ଭାଳିଛନ୍ତି।
ଅନ୍ୟପଟେ ପ୍ରଥମ ଥର ପାଇଁ ଦିଗପହଣ୍ଡିର ବିଧାୟକ ସିଦ୍ଧାନ୍ତ ମହାପାତ୍ର ବିଧାୟକ ହେବା ପରେ ଆଜି ଶପଥ ନେବାକୁ ସାଇକେଲରେ ବିଧାନସଭାରେ ପହଞ୍ଚିଛନ୍ତି ।
ବିଧାନସଭା ଆସିବା ସହ ପରିବେଶ ସୁରକ୍ଷା ନେଇ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି । ସମସ୍ତ ନେତା, ମନ୍ତ୍ରୀ ଓ ସାଧାରଣ ଜନତାଙ୍କୁ ମଧ୍ୟ ସାଇକେଲ ବ୍ୟବହାର ପାଇଁ ଅପିଲ କରିଛନ୍ତି ସେ।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930