Indus Valley Times

ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ

 Breaking News

ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ

ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ
June 07
10:59 2024

ଭୁବନେଶ୍ବର, ୭/୬: ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ ହେଉଛି। ଦିନ ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହେବ କମନ ଆପ୍ଲିକେସନ୍ ଫର୍ମ। କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ। ଜୁଲାଇ ୬ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିପାରିବେ ଛାତ୍ରଛାତ୍ରୀ।
ଜୁଲାଇ ୧୮ ତାରିଖରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ଜୁଲାଇ ୧୯ରୁ ୨୩ ମଧ୍ୟରେ ଅନୁଷ୍ଠିତ ହେବ। ଏଥର ରାଜ୍ୟର ୨ ହଜାର ୧୨୧ ଯୁକ୍ତ ଦୁଇ କଲେଜର ୫ ଲକ୍ଷ ୨୫ ହଜାର ୪୬୫ ସିଟରେ ନାମଲେଖା ହେବ। କଳା ବିଭାଗରେ ସର୍ବାଧିକ ୨ ଲକ୍ଷ ୯୪ ହଜାର ୮୪୦ ସିଟ୍, ବିଜ୍ଞାନରେ ୧ ଲକ୍ଷ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ ହଜାର ୧୦୪, ସଂସ୍କୃତରେ ୧୩ ହଜାର ୮୮ ଓ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୦ ହଜାର ୫୦୪ ସିଟରେ ନାମଲେଖା କରିବାକୁ ନିଷ୍ପତ୍ତି ନିଆଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031