Indus Valley Times

ଆଜିଠୁ ରାଜ୍ୟରେ ଅଗଷ୍ଟ ଶେଷ ପର୍ଯ୍ୟନ୍ତ ବର୍ଷା ହୋଇପାରେ: ୯ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

 Breaking News

ଆଜିଠୁ ରାଜ୍ୟରେ ଅଗଷ୍ଟ ଶେଷ ପର୍ଯ୍ୟନ୍ତ ବର୍ଷା ହୋଇପାରେ: ୯ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

ଆଜିଠୁ ରାଜ୍ୟରେ ଅଗଷ୍ଟ ଶେଷ ପର୍ଯ୍ୟନ୍ତ ବର୍ଷା ହୋଇପାରେ: ୯ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି
August 25
09:28 2021

ଭୁବନେଶ୍ୱର, ୨୫/୮ : ଆଜିଠୁ ଅଗଷ୍ଟ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ଏଥିସହ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ମଧ୍ୟ ରାଜ୍ୟବ୍ୟାପୀ ମୌସୁମୀ ବର୍ଷା ହେବ । ପାଣିପାଗ ବିଶେଷଜ୍ଞ ଏମିତି ପୂର୍ବାନୁମାନ କରିଛନ୍ତି।
ପାଣିପାଗ ବିଶେଷଜ୍ଞ କହିଛନ୍ତି, ଆସନ୍ତା ୨୮ତାରିଖର ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟର ଅଧିକାଂଶ ସ୍ଥାନରେ ଅଗଷ୍ଟ ଶେଷ ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ଉଣା ଅଧିକ ବର୍ଷା ଜାରି ରହିବ।
ଆଜିଠୁ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରତିଦିନ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ୩୦ ଓ ୩୧ରେ ଅପେକ୍ଷାକୃତ ଅଧିକ ବର୍ଷା ହୋଇପାରେ। ଅଗଷ୍ଟ ୩୧ ପର୍ଯ୍ୟନ୍ତ ରାଜ୍ୟରେ ସମୁଦାୟ ବର୍ଷା ୯୦ରୁ ୧୦୦ମିମି ହୋଇପାରେ। ସେହିପରି ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।
ଏନେଇ ୯ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ମୁଖ୍ୟତଃ କନ୍ଧମାଳ ନୟାଗଡ, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, କେଉଁଝର, ମୟୂରଭଞ୍ଜ ବାଲେଶ୍ୱର ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।
୨୪ ଘଣ୍ଟାପରେ ଆଭ୍ୟନ୍ତରୀଣ ଜିଲ୍ଲାରେ ଅନେକ ଜିଲ୍ଲା ଏବଂ ଉପକୂଳ ଜିଲ୍ଲା ଗୁଡିକରେ ଘଡଘଡି ସହ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୭ରେ ବର୍ଷାର ପରିମାଣ ବଢିପାରେ । ବର୍ତ୍ତମାନ ମନସୁନ୍ ଟ୍ରାପ ଉତ୍ତର ମୁହାଁ ରହିଥିବା ବେଳେ ଏହାରି ପ୍ରଭାବରେ ବର୍ଷା ସ୍ଥିତି ଦେଖାଦେବ ।
ଅନ୍ୟପଟେ ଜୁନ୍ ପହିଲାରୁ ଅଗଷ୍ଟ ୨୪ ତାରିଖ ପର୍ଯ୍ୟନ୍ତ ୫୮୮.୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ୨୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୭ ଜିଲ୍ଲାରେ କମ୍ ବର୍ଷା ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031