Indus Valley Times

ଆଜି ରାଜ୍ୟରେ ପ୍ରବଳ ବର୍ଷା; ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

 Breaking News

ଆଜି ରାଜ୍ୟରେ ପ୍ରବଳ ବର୍ଷା; ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଆଜି ରାଜ୍ୟରେ ପ୍ରବଳ ବର୍ଷା; ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
July 28
12:58 2025

ଭୁବନେଶ୍ୱର,୨୮/୭ : ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉପକୂଳ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଛି। ଏହି ଅବପାତ କ୍ରମଶଃ ଦୁର୍ବଳ ହୋଇ ପୁଣି ଲଘୁଚାପରେ ପରିଣତ ହୋଇଛି।
ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ୧୫ ଜିଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ ଓ ସମ୍ବଲପୁରକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ବେଗରେ ପବନ ବହିବ। ଉପକୂଳ ଓ ଏହାର ଆଖପାଖ ଅଞ୍ଚଳ, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରଭିତରକୁ ଯିବାକୁ ବାରଣ କରାଯାଇଛି। ୩୦ ତାରିଖ ପର‌୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିବ ଓ ୩୧ରୁ ବର୍ଷା କମିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031