Indus Valley Times

ଆଜି ହେଉଛି କୁମାର ପୂର୍ଣ୍ଣିମା: ମା’ ବୃନ୍ଦାବତୀଙ୍କୁ ସ୍ମରଣ କରି ଆଞ୍ଜୁଳି ଟେକିଲେ କୁମାରୀମାନେ, ସନ୍ଧ୍ୟାରେ ଚାନ୍ଦ ପୂଜା

 Breaking News

October 20
09:27 2021

ଭୁବନେଶ୍ୱର ୨୦/୧୦: ଆଜି ହେଉଛି କୁମାର ପୂର୍ଣ୍ଣିମା । ସକାଳୁ ସକାଳୁ ଚଉରା ପାଖରେ ମା’ ବୃନ୍ଦାବତୀଙ୍କୁ ସ୍ମରଣ କରି କୁମାରୀମାନେ ପୂଜାର୍ଚ୍ଚନା କରିଛନ୍ତି । ଆଞ୍ଜୁଳି ଟେକିଛନ୍ତି । ନୂଆ ବସ୍ତ୍ର ପରିଧାନ କରିବା ସହ କୁଙ୍କୁମ ଚନ୍ଦନରେ ନିଜକୁ ସଜେଇ ଝିଅମାନେ କୁମାର ଉତ୍ସବ ପାଳନ କରନ୍ତି ।
ତେବେ କୁମାର ପୂର୍ଣ୍ଣିମାରେ ଭୋରୁ କୁମାରୀମାନେ ଉଠି ବୃନ୍ଦାବତୀଙ୍କ ପୂଜା ପାଇଁ ଲାଗି ପ଼ଡିଛନ୍ତି । ଆଜିର ଦିନରେ ବୃନ୍ଦାବତୀଙ୍କ ନିକଟରେ ଘର ପରିବାରର ମଙ୍ଗଳ ମନାସି ପୁଜାଚର୍ଚ୍ଚନା କରାଯାଏ। ନିଜ ଆରାଧ୍ୟ ଦେବତାଙ୍କ ଉଦ୍ଦେଶ୍ୟରେ ଖଇ ଥାଳି ଟେକି ଦେଇ ଝିଅମାନେ ପ୍ରିୟଜନଙ୍କ ସୁଖ ଓ ସମୃଦ୍ଧି କାମନା କରନ୍ତି ।
ସଂଧ୍ୟାରେ ଚାନ୍ଦ ପୂଜା କରିବାର ପରମ୍ପରା ମଧ୍ୟ ରହିଛି । କୁମାର ପୂର୍ଣ୍ଣିମାରେ ଝିଅମାନେ ବିଭିନ୍ନ ପ୍ରକାର ଖେଳକୁଦରେ ମାତି ଯାଆନ୍ତି । ପୁଚି, ବୋହୁ ବେହାକୁ ଆଉ କବାଡି ଖେଳରେ କମ୍ପି ଉଠେ ଗାଁ ଦାଣ୍ଡ। ଚଳିତ ବର୍ଷ କରୋନା କଟକଣା ପାଇଁ ବିଭିନ୍ନ ଅଂଚଳରେ କୁମାର ଉତ୍ସବ ଫିକା ପଡି ଯାଇଥିଲେ ସୁଦ୍ଧା ପରମ୍ପରା ରକ୍ଷା କରିବାକୁ ଭୁଲି ନାହାନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031